Posted inଜାତୀୟ

୨୦ରେ ଶପଥ ନେବେ ନୀତୀଶ

ପାଟଣା,୧୮।୧୧: ବିହାର ବିଧାନସଭା ନିର୍ବାଚନରେ ଏନ୍‌ଡିଏ ୨୦୨ ଆସନରେ ବିଜୟୀ ହୋଇ ରେକର୍ଡ ସୃଷ୍ଟି କରିଥିବା ବେଳେ ୨୦ତାରିଖରେ ଜେଡିୟୁ ନେତା ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଗୁରୁବାର ୧୧ଟାରୁ ୧୨ଟା ମଧ୍ୟରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଏନେଇ ପାଟନାର ଗାନ୍ଧୀ ମଇଦାନରେ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ଶପଥ ଗ୍ରହଣ ଉତ୍ସବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବା ନେଇ ସୂଚନା ମିଳିଛି।

ଜେଡିୟୁ ନେତା ନୀତୀଶ କୁମାର ପୁଣି ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବାକୁ ଥିବାବେଳେ ଭାଜପାକୁ ୧୫ରୁ ୧୬ ମନ୍ତ୍ରୀ ପଦ ମିଳିପାରେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷେ ଜେଡିୟୁରୁ ୧୪ ଜଣ ମନ୍ତ୍ରୀ ହୋଇପାରନ୍ତି ବୋଲି ଏକ ବିଶେଷ ସୂଚନା ମିଳିଛି। ନିର୍ବାଚନରେ ଭାଜପା ୮୯ ଆସନ ଜିତିଥିବା ବେଳେ ଜେଡିୟୁ ୮୫ ଆସନରେ ବିଜୟୀ ହୋଇଥିଲା।

୧୯ ଆସନ ହାସଲ କରିଥିବା ଚିରାଗ ପାଶ୍ୱାନଙ୍କ ଲୋକ ଜନଶକ୍ତି (ରାମବିଳାସ)କୁ ୩ ମନ୍ତ୍ରୀ ପଦ ମିଳିପାରେ। ସେହିପରି ଜିତନରାମଙ୍କ ହିନ୍ଦୁସ୍ତାନ ଆଓ୍ବାମ ମୋର୍ଚ୍ଚା (ଧର୍ମନିରପେକ୍ଷ) ୫ ଆସନ ଏବଂ ଉପେନ୍ଦ୍ର କୁଶଓ୍ବାହାଙ୍କ ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚା ଯଥାକ୍ରମେ ୫ ଓ ୪ ଆସନ ଜିତିଥିବା ବେଳେ ଉଭୟ ଦଳରୁ ଜଣେ ଲେଖାଏ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇପାରନ୍ତି। ପ୍ରତି ୬ ବିଧାୟକରେ ଜଣଙ୍କୁ ମନ୍ତ୍ରୀ କରିବା ପାଇଁ ସୂତ୍ର ସ୍ଥିର ହୋଇଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri