Posted inଜାତୀୟ

୨୦ରେ ଶପଥ ନେବେ ନୀତୀଶ

ପାଟଣା,୧୮।୧୧: ବିହାର ବିଧାନସଭା ନିର୍ବାଚନରେ ଏନ୍‌ଡିଏ ୨୦୨ ଆସନରେ ବିଜୟୀ ହୋଇ ରେକର୍ଡ ସୃଷ୍ଟି କରିଥିବା ବେଳେ ୨୦ତାରିଖରେ ଜେଡିୟୁ ନେତା ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଗୁରୁବାର ୧୧ଟାରୁ ୧୨ଟା ମଧ୍ୟରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଏନେଇ ପାଟନାର ଗାନ୍ଧୀ ମଇଦାନରେ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ଶପଥ ଗ୍ରହଣ ଉତ୍ସବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବା ନେଇ ସୂଚନା ମିଳିଛି।

ଜେଡିୟୁ ନେତା ନୀତୀଶ କୁମାର ପୁଣି ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବାକୁ ଥିବାବେଳେ ଭାଜପାକୁ ୧୫ରୁ ୧୬ ମନ୍ତ୍ରୀ ପଦ ମିଳିପାରେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷେ ଜେଡିୟୁରୁ ୧୪ ଜଣ ମନ୍ତ୍ରୀ ହୋଇପାରନ୍ତି ବୋଲି ଏକ ବିଶେଷ ସୂଚନା ମିଳିଛି। ନିର୍ବାଚନରେ ଭାଜପା ୮୯ ଆସନ ଜିତିଥିବା ବେଳେ ଜେଡିୟୁ ୮୫ ଆସନରେ ବିଜୟୀ ହୋଇଥିଲା।

୧୯ ଆସନ ହାସଲ କରିଥିବା ଚିରାଗ ପାଶ୍ୱାନଙ୍କ ଲୋକ ଜନଶକ୍ତି (ରାମବିଳାସ)କୁ ୩ ମନ୍ତ୍ରୀ ପଦ ମିଳିପାରେ। ସେହିପରି ଜିତନରାମଙ୍କ ହିନ୍ଦୁସ୍ତାନ ଆଓ୍ବାମ ମୋର୍ଚ୍ଚା (ଧର୍ମନିରପେକ୍ଷ) ୫ ଆସନ ଏବଂ ଉପେନ୍ଦ୍ର କୁଶଓ୍ବାହାଙ୍କ ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚା ଯଥାକ୍ରମେ ୫ ଓ ୪ ଆସନ ଜିତିଥିବା ବେଳେ ଉଭୟ ଦଳରୁ ଜଣେ ଲେଖାଏ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇପାରନ୍ତି। ପ୍ରତି ୬ ବିଧାୟକରେ ଜଣଙ୍କୁ ମନ୍ତ୍ରୀ କରିବା ପାଇଁ ସୂତ୍ର ସ୍ଥିର ହୋଇଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri