Posted inଜାତୀୟ

ନୀତୀଶଙ୍କ ‘ବେଗୁସରାଇ’ ମୁଣ୍ଡବ୍ୟଥା

ପାଟନା,୧୬।୯:ବେଗୁସରାଇ ଗୁଳିକାଣ୍ଡ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ମୁଣ୍ଡବ୍ୟଥା ବଢ଼ାଇ ଦେଇଛି। ମଙ୍ଗଳବାର ସନ୍ଧ୍ୟାରେ ବେଗୁସରାଇରେ ଘଟିଥିବା ଏହି ଘଟଣାରେ ଜଣେ ୩୦ ବର୍ଷୀୟ ଯୁବକ ନିହତ ହୋଇଥିବାବେଳେ ଅନ୍ୟ ୧୧ ଆହତ ହୋଇଛନ୍ତି। ଦୁର୍ବୃତ୍ତମାନେ ବାଇକରେ ଆସି ଜିଲାର ୧୦ଟି ସ୍ଥାନରେ ଆଖିବୁଜା ଗୁଳି ଚଳାଇ ଆତଙ୍କ ଖେଳାଇ ଦେଇଥିଲେ। ଏହି ଘଟଣା ପାଇଁ ବିରୋଧୀ ଦଳ ଭାଜପା ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଦାୟୀ କରିଛି। ମହାଗଠବନ୍ଧନ ସରକାର ଯୋଗୁ ବିହାରରେ ଜଙ୍ଗଲରାଜ ଫେରିଥିବା ଭାଜପା କହିଛି। କର୍ତ୍ତବ୍ୟରେ ଅବହେଳା ପାଇଁ ବୁଧବାର ବେଗୁସରାଇର ୭ ପୋଲିସ ଅଫିସରଙ୍କୁ ନିଲମ୍ବନ କରାଯାଇଛି। ସନ୍ଦିଗ୍ଧଙ୍କ ସମ୍ପର୍କରେ ସୂଚନା ଦେଲେ ୫୦ ହଜାର ଟଙ୍କା ପୁରସ୍କାର ମିଳିବ ବୋଲି ଘୋଷଣା କରାଯାଇଛି। ୫ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ଆଇନ ଶୃଙ୍ଖଳା ରକ୍ଷା ପାଇଁ ସେଠାକୁ ୩ କମ୍ପାନୀ ବିହାର ସ୍ବତନ୍ତ୍ର ସହାୟକ ପୋଲିସ (ବିଏସ୍‌ଏପି), ବିହାର ସ୍ବତନ୍ତ୍ର ଟାସ୍କଫୋର୍ସର ଗୋଟିଏ ୟୁନିଟକୁ ପଠାଯାଇଛି। ଗୁଳିକାଣ୍ଡ ଘଟଣାର ସବୁ ଦିଗରୁ ତଦନ୍ତ କରିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା କହିଛନ୍ତି। ଏହି ଘଟଣା ପଛରେ ଷଡ଼ଯନ୍ତ୍ର ରହିଥିବା ନୀତୀଶ ଅଭିଯୋଗ କରିଛନ୍ତି। କାରଣ ପଛୁଆ ବର୍ଗ ଏବଂ ମୁସଲମାନ ସମ୍ପ୍ରଦାୟଙ୍କୁ ଟାର୍ଗେଟ କରି ଗୁଳି କରାଯାଇଥିଲା। ମହାଗଠବନ୍ଧନ ସରକାର ଆସିବା ପରେ ଆଇନ ଶୃଙ୍ଖଳା ସ୍ଥିତି ବିଗୁଡ଼ୁଥିବା ବେଗୁସରାଇ ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଅଭିଯୋଗ କରିଥିଲେ। ୨ ବନ୍ଧୁକଧାରୀ ଦୋକାନକୁ ଟାର୍ଗେଟ କରି ମଲିପୁର ଚୌକରେ ଗୁଳି ଚଳାଇବା ପରେ ବାରାଉଣୀ ଥର୍ମାଲ ଚୌକ, ଟେଘ୍ରା, ବଚଓ୍ବାରା ଏବଂ ରାଜେନ୍ଦ୍ର ବ୍ରିଜ୍‌ରେ ଲୋକଙ୍କ ଉପରକୁ ଗୁଳିମାଡ଼ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri