Posted inଜାତୀୟ

ଇଣ୍ଡିଆ ନେଇ ନୀତୀଶଙ୍କ ମନ୍ତବ୍ୟ: ମୁଁ ଆରମ୍ଭରୁ କହିଥିଲି ନାମ ଠିକ ନୁହେଁ, ମୋ କଥା କେହି ଶୁଣିଲେ ନାହିଁ, ଭିଡ଼ିଓ ଭାଇରାଲ…

ପାଟନା,୩୧।୧ : ନିକଟରେ ଆରଜେଡି ଛାଡି ଭାଜପା ସହ ସରକାର ଗଠନ କରିଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିରୋଧୀ ଏକତା ଉପରେ ଆକ୍ରମଣ କରିଛନ୍ତି। ନୀତୀଶ କୁମାର କହିଛନ୍ତି ମୁଁ ଆରମ୍ଭରୁ ବିରୋଧୀ ଦଳର ନାମକୁ ‘ଇଣ୍ଡିଆ’ ରଖିବା ନେଇ ବିରୋଧ କରିଥିଲି। କିନ୍ତୁ ମୋର ମତାମତ ଶୁଣାଯାଇ ନ ଥିଲା। ବୁଧବାର ଗଣମାଧ୍ୟମକୁ ସୂଚନା ଦେଇ ନୀତୀଶ କହିଛନ୍ତି ସେ ଅନ୍ୟ ନାମର ପରାମର୍ଶ ଦେଇଛନ୍ତି କିନ୍ତୁ ଏହି ଲୋକମାନେ ଇଣ୍ଡିଆ ନାମ ରଖିଥିଲେ। ବର୍ତ୍ତମାନ ଆପଣ ଦେଖୁଛନ୍ତି ଇଣ୍ଠିଆରେ କ’ଣ ଘଟୁଛି। ମୁଁ ବର୍ତ୍ତମାନ ମୋ ପୁରୁଣା ସାଥୀ ଭାଜପା ସହିତ ମିଶିଛି ଏବଂ ସବୁବେଳେ ସେମାନଙ୍କ ସହିତ ରହିବି।

ଏଥି ସହିତ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ଟାର୍ଗେଟ କରିଛନ୍ତି ଯେଉଁଥିରେ ସେ କହିଥିଲେ ନୀତୀଶ କୁମାର ତାଙ୍କ ଅନୁରୋଧ କ୍ରମେ ଜନଗଣନା କରିଥିଲେ। ନୀତୀଶ କହିଛନ୍ତି ରାହୁଲ ଏହାର ଶ୍ରେୟ ନେବାକୁ ଚାହୁଁଛନ୍ତି। ଏହା ସମ୍ପୂର୍ଣ୍ଣ ଭୁଲ। ଆମେ ଜାତି ଜନଗଣନା କରିଥିଲୁ ।

ଲାଲୁ ଯାଦବଙ୍କ ପରିବାରକୁ ଲକ୍ଷ୍ୟ କରି ଭାଜପା ସହିତ ସରକାର ଗଠନ କରିଥିବା ମୁଖ୍ୟମନ୍ତ୍ରୀ ନୀତୀଶ କହିଛନ୍ତି ୨୦୦୫ ପୂର୍ବରୁ ବିହାରର ଅବସ୍ଥା କ’ଣ ଥିଲା, ଘରୁ କେହି ବାହାରକୁ ଆସିବାକୁ ଭୟ କରୁଥିଲେ। ରାସ୍ତାର ଅବସ୍ଥା କ’ଣ ଥିଲା, କୌଣସି ସ୍ଥାନରେ ସେତୁ ନିର୍ମାଣ କରାଯାଇ ନ ଥିଲା। ତେଜସ୍ବୀ ଯାଦବଙ୍କ ନାମ ନେଇ ନୀତୀଶ କହିଛନ୍ତି ଯେ ସେ ଏପର୍ଯ୍ୟନ୍ତ ପିଲ। ପିଲା କିଛି କହିଲେ ତେବେ କ’ଣ ହେବ? ନୀତୀଶଙ୍କ ମନ୍ତବ୍ୟ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri