Posted inଜାତୀୟ

ପୁଣି ନୀତୀଶଙ୍କ ରାଜୁତି ଆରମ୍ଭ: ରେକର୍ଡ ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ପାଟନା,୨୦।୧୧: ପାଟନାର ଗାନ୍ଧୀ ମଇଦାନରେ ସେ ୧୦ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି ନୀତୀଶ କୁମାର। ତାଙ୍କ ସହ ଅନ୍ୟ ୨୬ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ଏନ୍‌ଡିଏ ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରମୁଖ ଯୋଗଦେଇଛନ୍ତି।

ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ନୀତୀଶ କୁମାର ବୁଧବାର ସର୍ବସମ୍ମତିକ୍ରମେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତା ନିର୍ବାଚିତ ହୋଇଥିଲେ। ଏହା ପରେ ସେ ପାଟନାସ୍ଥିତ ରାଜଭବନରେ ରାଜ୍ୟପାଳ ଆରିଫ୍‌ ମହମ୍ମଦ ଖାନ୍‌ଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ରାଜ୍ୟରେ ପରବର୍ତ୍ତୀ ସରକାର ଗଠନ ପାଇଁ ଦାବି ଜଣାଇଥିଲ।

ଭାଜପା ବିଧାୟକ ଦଳ ବୈଠକରେ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ନେତା ନିର୍ବାଚିତ ହୋଇଛନ୍ତି। ସେହିପରି ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନାଙ୍କୁ ଉପନେତା ବଛାଯାଇଛି। ତେଣୁ ଉଭୟେ ପୁଣି ଥରେ ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି। ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପାଟନାରେ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri