Posted inଜାତୀୟ

ନୀତିଶଙ୍କ ରଣନୀତି: ୬ ଜଣିଆ ଦଳ ଉପରେ ଦାୟିତ୍ୱ

ପାଟନା, ୨୮।୯: ଆଗକୁ ବିହାରରେ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ନିର୍ବାଚନ ସ୍ବତନ୍ତ୍ର ରଣନୀତି ଆପଣେଇବା ସହିତ ଏହାର ଦାୟିତ୍ୱ ୬ ଜଣିଆ ଦଳ ଉପରେ ନ୍ୟସ୍ତ କରିଛନ୍ତି। ସେମାନଙ୍କ ମଧ୍ୟରେ ଗୃହନିର୍ମାଣ ମନ୍ତ୍ରୀ ଅଶୋକ ଚୌଧୁରୀଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ରହିଛି। ତାଙ୍କୁ ଜେଡିୟୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ମନ୍ତ୍ରୀ ଭାବେ ନିଜ କାର୍ଯ୍ୟ ତୁଲାଇବା ସହିତ ସେ ସାଂଗଠିନକ କ୍ଷେତ୍ରକୁ ସୁଦୃଢ଼ କରିବାରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛନ୍ତି। ସେହିପରି ସଞ୍ଜୟ ଝାଙ୍କୁ ନିର୍ବାଚନ ପ୍ରଚାର ପରିଚାଳନା ଦାୟିତ୍ୱ ନୀତିଶ ଦେଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ ସମୟରେ ନୀତିଶ ସଞ୍ଜୟଙ୍କ ସହାୟତା ଲୋଡ଼ିଥାନ୍ତି। ଏହି ଦଳରେ ମୁଙ୍ଗେର ଏମ୍‌ପି ଲଲନ ସିଂଙ୍କୁ ସାମିଲ୍‌ କରାଯାଇଛି। ଲଲନଙ୍କ ରାଜନୈତିକ ରଣନୀତି ବେଶ୍‌ ଉଚ୍ଚକୋଟିର ବୋଲି କୁହାଯାଉଛି। ରାଜ୍ୟ ସଭା ଏମ୍‌ପି ଆର୍‌.ସି.ପି. ସିଂଙ୍କୁ ଏହି ଦଳରେ ସ୍ଥାନ ମିଳିଛି। ବିହାରରେ ଜେଡ଼ିୟୁକୁ ସଶକ୍ତ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ପ୍ରାର୍ଥୀ ଚୟନରେ ତାଙ୍କର ବିଶେଷ ଭୂମିକା ରହିବ ବୋଲି କୁହାଯାଉଛି। ବିହାର ବିଧାନସଭା ବାଚସ୍ପତି ବିଜୟ ଚୌଧୁରୀଙ୍କୁ ନୀତିଶଙ୍କ ନିର୍ବାଚନୀ ଦଳରେ ଅନ୍ତର୍ଭୁକ୍ତ କରାଯାଇଛି। ସେ ନୀତିଶଙ୍କୁ ଉପଯୁକ୍ତ ପରାମର୍ଶ ଦେବା ସହିତ ପରଦା ପଛରେ ନାୟକର ଦାୟିତ୍ୱ ତୁଲାଇବେ ବୋଲି କୁହାଯାଉଛି। ସେହିପରି ଏହି ୬ ଜଣିଆ ଦଳରେ ଜେଡ଼ିୟୁ ଅଧ୍ୟକ୍ଷ ବଶିଷ୍ଠ ନାରାୟଣ ସିଂଙ୍କୁ ସାମିଲ୍‌ କରାଯାଇଛି। ଅଧିକ ବୟସ ଦୃଷ୍ଟିରୁ ବଶିଷ୍ଠଙ୍କ ଉପରେ ବିଶେଷ ଭାର ଦିଆଯାଇ ନାହିଁ। ତାଙ୍କର ପରାମର୍ଶ ଏବଂ ରାଜନୈତିକ ଗୋଟି ଚାଳନାକୁ ଗୁରୁତ୍ୱ ଦିଆଯିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri