Posted inଖେଳ

ନିତୁ ଡେଭିଡ୍‌ ମହିଳା ଚୟନ କମିଟି ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୨୭।୯(ପି.ଟି.): ପୂର୍ବତନ ଭାରତୀୟ ମହିଳା କ୍ରିକେଟର ନିତୁ ଡେଭିଡ୍‌ ମହିଳା ଚୟନ କମିଟି ମୁଖ୍ୟ ନିଯୁକ୍ତ ହୋଇଛନ୍ତି। ୯୦ ଦଶକ ଶେଷ ଆଡକୁ ଓ ୨୦୦୦ ପ୍ରାରମ୍ଭରେ ସେ ଉଚ୍ଚକୋଟୀର ପ୍ରଦର୍ଶନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ହେମଲତା କାଲାଙ୍କ ବଦଳରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତାଙ୍କୁ ଏହି ହାଇପ୍ରୋଫାଇଲ ପଦରେ ନିଯୁକ୍ତ ଦେଇଛି।
କମିଟିର ଅନ୍ୟ ସଦସ୍ୟମାନେ ହେଲେ ମିଠୁ ମୁଖାର୍ଜୀ, ରେନୁ ମର୍ଗାରେଟ, ଆରତି ବୈଦ୍ୟ ଓ ଭି. କାଲପାନ। ଏମାନେ ସମସ୍ତେ ଭାରତ ପାଇଁ କ୍ରିକେଟ ଖେଳିଛନ୍ତି। କାଲାଙ୍କ ନେତୃତ୍ୱରେ ପୂର୍ବ କମିଟିର କାର୍ଯ୍ୟକାଳ ଗତ ମାର୍ଚ୍ଚରେ ଶେଷ ହୋଇଥିଲା। ପୂର୍ବ କମିଟିରେ ସୁଧା ଶାହ, ଅଞ୍ଜଳି ପେଣ୍ଡାକର, ଶଶୀ ଗୁପ୍ତା ଓ ଲୋପାମୁଦ୍ରା ବାନାର୍ଜୀ ସଦସ୍ୟ ରହିଥିଲେ। ଏହି କମିଟି ଅଷ୍ଟ୍ରେଲିଆରେ ଅନୁଷ୍ଠିତ ମହିଳା ଟି୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଚୟନ କରିଥିଲେ। ଏଥିରେ ଭାରତ ଫାଇନାଲରେ ପରାସ୍ତ ହୋଇ ରନର୍ସଅପ ବିବେଚିତ ହୋଇଥିଲା।
ପୂର୍ବତନ ବାମହାତୀ ସ୍ପିନର ନିତୁ ଡେଭିଡ୍‌ ଅଭିଜ୍ଞତା ଓ ବୟସାଧିକ ଦୃଷ୍ଟିକୋଣରୁ ଏହି ୫ ଜଣିଆ ଚୟନ କମିଟିର ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି ବୋଲି ବିସିସିଆଇ ସମ୍ପାଦକ ଜୟ ଶାହ କହିଛନ୍ତି। ୧୯୯୫ରେ ସେ ଇଂଲଣ୍ଡ ବିପକ୍ଷରେ ଗୋଟିଏ ଟେଷ୍ଟରେ ୫୩ ରନ ବ୍ୟୟ କରି ସର୍ବାଧିକ ୮ ଉଇକେଟ ଅକ୍ତିଆର କରି ରେକର୍ଡ କରିଥିଲେ। ଦିନିକିଆରେ ସେ ୧୪୧ଟି ଉଇକେଟ ନେଇ ଭାରତ ପାଇଁ ଦ୍ୱିତୀୟ ସର୍ବାଧିକ ଉଇକେଟ ହାସଲକାରୀ ସାବ୍ୟସ୍ତ ହୋଇଥିଲେ। ପ୍ରଥମ ମହିଳା କ୍ରିକେଟର ଭାବେ ସେ ଦିନିକିଆରେ ୧୦୦ ଉଇକେଟ ଅକ୍ତିଆର କରିଥିଲେ। ୧୦ଟି ଟେଷ୍ଟ ଖେଳି ନିତୁ ୪୧ ଉଇକେଟ ଅକ୍ତିଆର କରିଥିଲେ। ୨୦୦୮ରେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। କୋଭିଡ୍‌-୧୯ ମହାମାରୀ କାରଣରୁ ଦୀର୍ଘମାସ ହେବ ଭାରତୀୟ ମହିଳା କ୍ରିକେଟ ଦଳ କୌଣସି ମ୍ୟାଚ୍‌ ଖେଳିନାହିଁ। ତେବେ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଭାରତୀୟ ଦଳ ଚ୍ୟାଲେଞ୍ଜର ସିରିଜ ଖେଳି ପୁଣି ଥରେ ପଡିଆକୁ ଫେରିବ। ଏହି ସିରିଜ ଲାଗି ଦଳ ଚୟନ କରିବାକୁ ବିସିସିଆଇ ଏହି ଚୟନ କମିଟି ଗଠନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri