Posted inଖେଳ

ନିତୁ ଡେଭିଡ୍‌ ମହିଳା ଚୟନ କମିଟି ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୨୭।୯(ପି.ଟି.): ପୂର୍ବତନ ଭାରତୀୟ ମହିଳା କ୍ରିକେଟର ନିତୁ ଡେଭିଡ୍‌ ମହିଳା ଚୟନ କମିଟି ମୁଖ୍ୟ ନିଯୁକ୍ତ ହୋଇଛନ୍ତି। ୯୦ ଦଶକ ଶେଷ ଆଡକୁ ଓ ୨୦୦୦ ପ୍ରାରମ୍ଭରେ ସେ ଉଚ୍ଚକୋଟୀର ପ୍ରଦର୍ଶନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ହେମଲତା କାଲାଙ୍କ ବଦଳରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତାଙ୍କୁ ଏହି ହାଇପ୍ରୋଫାଇଲ ପଦରେ ନିଯୁକ୍ତ ଦେଇଛି।
କମିଟିର ଅନ୍ୟ ସଦସ୍ୟମାନେ ହେଲେ ମିଠୁ ମୁଖାର୍ଜୀ, ରେନୁ ମର୍ଗାରେଟ, ଆରତି ବୈଦ୍ୟ ଓ ଭି. କାଲପାନ। ଏମାନେ ସମସ୍ତେ ଭାରତ ପାଇଁ କ୍ରିକେଟ ଖେଳିଛନ୍ତି। କାଲାଙ୍କ ନେତୃତ୍ୱରେ ପୂର୍ବ କମିଟିର କାର୍ଯ୍ୟକାଳ ଗତ ମାର୍ଚ୍ଚରେ ଶେଷ ହୋଇଥିଲା। ପୂର୍ବ କମିଟିରେ ସୁଧା ଶାହ, ଅଞ୍ଜଳି ପେଣ୍ଡାକର, ଶଶୀ ଗୁପ୍ତା ଓ ଲୋପାମୁଦ୍ରା ବାନାର୍ଜୀ ସଦସ୍ୟ ରହିଥିଲେ। ଏହି କମିଟି ଅଷ୍ଟ୍ରେଲିଆରେ ଅନୁଷ୍ଠିତ ମହିଳା ଟି୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଚୟନ କରିଥିଲେ। ଏଥିରେ ଭାରତ ଫାଇନାଲରେ ପରାସ୍ତ ହୋଇ ରନର୍ସଅପ ବିବେଚିତ ହୋଇଥିଲା।
ପୂର୍ବତନ ବାମହାତୀ ସ୍ପିନର ନିତୁ ଡେଭିଡ୍‌ ଅଭିଜ୍ଞତା ଓ ବୟସାଧିକ ଦୃଷ୍ଟିକୋଣରୁ ଏହି ୫ ଜଣିଆ ଚୟନ କମିଟିର ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି ବୋଲି ବିସିସିଆଇ ସମ୍ପାଦକ ଜୟ ଶାହ କହିଛନ୍ତି। ୧୯୯୫ରେ ସେ ଇଂଲଣ୍ଡ ବିପକ୍ଷରେ ଗୋଟିଏ ଟେଷ୍ଟରେ ୫୩ ରନ ବ୍ୟୟ କରି ସର୍ବାଧିକ ୮ ଉଇକେଟ ଅକ୍ତିଆର କରି ରେକର୍ଡ କରିଥିଲେ। ଦିନିକିଆରେ ସେ ୧୪୧ଟି ଉଇକେଟ ନେଇ ଭାରତ ପାଇଁ ଦ୍ୱିତୀୟ ସର୍ବାଧିକ ଉଇକେଟ ହାସଲକାରୀ ସାବ୍ୟସ୍ତ ହୋଇଥିଲେ। ପ୍ରଥମ ମହିଳା କ୍ରିକେଟର ଭାବେ ସେ ଦିନିକିଆରେ ୧୦୦ ଉଇକେଟ ଅକ୍ତିଆର କରିଥିଲେ। ୧୦ଟି ଟେଷ୍ଟ ଖେଳି ନିତୁ ୪୧ ଉଇକେଟ ଅକ୍ତିଆର କରିଥିଲେ। ୨୦୦୮ରେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। କୋଭିଡ୍‌-୧୯ ମହାମାରୀ କାରଣରୁ ଦୀର୍ଘମାସ ହେବ ଭାରତୀୟ ମହିଳା କ୍ରିକେଟ ଦଳ କୌଣସି ମ୍ୟାଚ୍‌ ଖେଳିନାହିଁ। ତେବେ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଭାରତୀୟ ଦଳ ଚ୍ୟାଲେଞ୍ଜର ସିରିଜ ଖେଳି ପୁଣି ଥରେ ପଡିଆକୁ ଫେରିବ। ଏହି ସିରିଜ ଲାଗି ଦଳ ଚୟନ କରିବାକୁ ବିସିସିଆଇ ଏହି ଚୟନ କମିଟି ଗଠନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri