ନିତ୍ୟାନନ୍ଦଙ୍କୁ ଶାରଳା ପୁରସ୍କାର

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକ ଚଳିତ ବର୍ଷ ଶାରଳା ପୁରସ୍କାର ପାଇବେ। ତାଙ୍କ ରଚିତ କବିତା ସଂକଳନ ‘ସେତେବେଳକୁ ନଥିବ’ ନିମନ୍ତେ ନାୟକ ୪୧ତମ ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଶାରଳା ପୁରସ୍କାର ଉପଦେଷ୍ଟା ପରିଷଦ ପକ୍ଷରୁ ବୁଧବାର ଏନେଇ ଘୋଷଣା କରାଯାଇଛି। ପୁରସ୍କାର ସ୍ବରୂପ ନାୟକଙ୍କୁ ୫ ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ। ନିତ୍ୟାନନ୍ଦଙ୍କ ଏହି ପୁସ୍ତକ ୨୦୧୭ରେ ଫ୍ରେଣ୍ଡ୍‌ସ ପବ୍ଲିଶର୍ସ୍‌ ଦ୍ୱାରା ପ୍ରକାଶିତ ହୋଇଛି। ଅନ୍ୟପକ୍ଷରେ ସଙ୍ଗୀତ ଏବଂ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ରାଜ୍ୟର ଅନ୍ୟ ଦୁଇଜଣ କୃତୀ ବ୍ୟକ୍ତିତ୍ୱଙ୍କୁ ଇଲା ପଣ୍ଡା ସଙ୍ଗୀତ ସମ୍ମାନ ଏବଂ ଚିତ୍ରକଳା ସମ୍ମାନରେ ସମ୍ମାନିତ କରାଯିବ। ଚଳିତବର୍ଷ ଲାଗି ସଙ୍ଗୀତ କ୍ଷେତ୍ରରେ ରଞ୍ଜିତ କୁମାର ନାଗ ଏବଂ ଚିତ୍ରକଳା କ୍ଷେତ୍ରରେ ଶ୍ୟାମସୁନ୍ଦର ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି। ପୁରସ୍କାର ସ୍ବରୂପ ଉଭୟଙ୍କୁ ୧ ଲକ୍ଷ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ପୁରସ୍କାର ସମାରୋହ ଆୟୋଜନ କରା ନ ଯାଇ ବ୍ୟକ୍ତିଗତ ଭାବେ ପ୍ରଦାନ କରାଯିବ ବୋଲି ଆୟୋଜକଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଇମ୍ଫା ଗ୍ରୁପ୍‌ ପରିଚାଳିତ ‘ଇମ୍ପାକ୍ଟ’ ଆନୁକୂଲ୍ୟରେ ୧୯୭୯ରୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?