ନେଗେଟିଭ ଥିବା ଲୋକଙ୍କ ମଳରେ ମିଳୁଛି କରୋନା ଭାଇରସ!

ନୂଆଦିଲ୍ଲୀ,୯ ।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଧିରେ ଧିରେ କମି ଆସୁଥିବା ବେଳେ ଏବେ ଏମିତି ଏକ ଅଧ୍ୟୟନ କରାଯାଇଛି ଯାହା ସମସ୍ତଙ୍କ ମନରେ ଛନକା ସୃଷ୍ଟି କରିଛି । ଅଧ୍ୟୟନ ଅନୁଯାୟୀ, କରୋନା ନେଗେଟିଭ ଥିବା ଲୋକଙ୍କ ମଳରେ ଭାଇରସ ଜିବିତ ଥିବା କୁହାଯାଉଛି । ଘର କିମ୍ବା ହସ୍ପିଟାଲ ଆଖପାଖରେ ଥିବା ସ୍ୱେରେଜ ଲାଇନରେ ଜିବିତ ଅର୍ଥାତ୍ ସକ୍ରିୟ କୋଭିଡ-୧୯ ଭାଇରସ ଥିବା ଜଣାପଡିଛି । ଇନସାକ ଦ୍ୱାରା ୧୫ ରାଜ୍ୟର ୧୯ ସହରରେ ସ୍ୱେରେଜ ସାମ୍ପଲ ନେଇ ପରୀକ୍ଷା କରାଯିବା ପରେ ଏଥିରେ ଭାଇରସ ଥିବା ଜଣାପଡିଛି । ଜାତୀୟ ବୈଷୟିକ ପରାମର୍ଶଦାତା ଗୋଷ୍ଠୀର ଚେୟାରମ୍ୟାନ ଡକ୍ଟର ଏନ୍‌.କେ. ଆରୋରା କହିଛନ୍ତି, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ୱରେଜ ଲାଇନ ପ୍ରଦୂଷଣ ଉପରେ ଅଧିକ ଧ୍ୟାନ ଦିଆଯାଉଛି ।
ସୂଚନାଯୋଗ୍ୟ, ଦେଶରେ ପ୍ରଥମଥର ଲାଗି ସ୍ୱେରେଜ ଲାଇନରେ କରୋନା ଭାଇରସର ଚିହ୍ନଟ ହାଇଦ୍ରାବାଦସ୍ଥିତ ସିସିଏମବିର ବୈଜ୍ଞାନିକମାନେ କରିଥିଲେ । ୨୦୨୦ରେ ଲକଡାଉନ ସମୟରେ ଏହି ଯାଞ୍ଚ କରାଯାଇଥିଲା । ଏହାପରେ କର୍ନାଟକ, ମୁମ୍ବାଇ ଓ ଗୁଜରାଟର ସାବରମତି ନଦୀରେ ଏହା ଜିବିତ ଥିବା ଜଣାପଡିଥିଲା ।
ପୁଣେ ସ୍ଥିତ ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ଭାଇରୋଲୋଜି ନିକଟରେ ଏକ ଅଧ୍ୟୟନ କରିଛି । ଏହି ଅଧ୍ୟୟନ ଅନୁଯାୟୀ, ୨୮୦ ରୋଗୀଙ୍କ ମଳରୁ ଭାଇରସ ଏକତ୍ରିତ ଏହାର ଜିନୋମ ସିକ୍ୱିଏନସିଂ କରିବା ପରେ ଏଥିରେ ୬୨ ପ୍ରତିଶତ ସକ୍ରିୟ ଜିବାଣୁ ମିଳିଥିବା କୁହାଯାଇଛି । ଏବେ ଏହା ଚିନ୍ତାର ବିଷୟ ପାଲଟି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?