Posted inଜାତୀୟ

‘ନିଭାର’ ନେଲା ୩ ଜୀବନ

ଚେନ୍ନାଇ/ପୁଡ଼ୁଚେରୀ,୨୭।୧୧(ଆଇଏଏନ୍‌ଏସ୍‌):ସାମୁଦ୍ରିକ ବାତ୍ୟା ନିଭାର ଗୁରୁବାର ତାମିଲନାଡୁ ଓ ପୁଡ଼ୁଚେରୀରେ ତାଣ୍ଡବ ରଚିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ବାତ୍ୟାରେ ୨୬ ଗୋରୁ ପ୍ରାଣ ହରାଇଥିବା ତାମିଲନାଡୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ତାମିଲନାଡୁର କୁଡାଲୋର, ମରକ୍କନମ ଏବଂ ପୁଡୁଚେରୀରେ ବହୁ ଘର ଭାଙ୍ଗିବା ସହ ଗଛ ଓ ବିଦ୍ୟୁତ ଖୁଣ୍ଟ ଉପୁଡିପଡ଼ିଛି। ରାସ୍ତା ଉପରେ ପଡ଼ିଥିବା ଗଛ କଟା ଜାରି ରହିଛି। ବିଦ୍ୟୁତ ଲାଇନ ମରାମତି କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଥିବା ସରକାର କହିଛନ୍ତି।
ପ୍ରବଳ ବର୍ଷା ଯୋଗୁ ଚେନ୍ନାଇର ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହୋଇ ଜୀବନଯାତ୍ରା ଓ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ୨୪ ତାରିଖ ଅପରାହ୍ନରୁ ତାମିଲନାଡୁରେ ବସ୍‌ ଚଳାଚଳ ବନ୍ଦ ରହିଥିଲା। ଗୁରୁବାର ଅପରାହ୍ନରୁ ୭ଟି ଜିଲାରେ ବସ୍‌ ଚାଲିବା ଆରମ୍ଭ କରିଛି। ସେହିପରି ଚେନ୍ନାଇ ଉପସହରାଞ୍ଚଳରେ ଟ୍ରେନ୍‌ ସେବା ଆରମ୍ଭ ହୋଇଛି। ପ୍ରାୟ ୨.୨୭ ଲକ୍ଷ ଲୋକଙ୍କୁ ୩,୦୮୫ ରିଲିଫ୍‌ କ୍ୟାମ୍ପ୍‌ରେ ରଖାଯାଇଛି। ରାସ୍ତାରୁ ଗଛ ହଟାଇବା ଓ ଅସୁବିଧାରେ ଥିବା ଲୋକଙ୍କୁ ସହାୟତା କରିବାରେ ଗ୍ରେଟର ଚେନ୍ନାଇ କର୍ପୋରେଶନ ଓ ଗ୍ରେଟର ଚେନ୍ନାଇ ପୋଲିସ୍‌ର କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସ୍ବାମୀ ପ୍ରଶଂସା କରିଛନ୍ତି। ମୁଖ୍ୟମନ୍ତ୍ରୀ କୁଡ୍ଡାଲୋର ଯାଇ ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ପୁଡ଼ୁଚେରୀରେ ବାତ୍ୟା ଯୋଗୁ ବହୁ ଗଛ ଉପୁଡ଼ିବା ସହ ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇଛି। ପର୍ଯ୍ୟାୟକ୍ରମେ ବିଦ୍ୟୁତ ଯୋଗାଇଦିଆଯିବ ବୋଲି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀ କହିଛନ୍ତି।
ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଗୁରୁବାର ତାମିଲନାଡୁ ଓ ପୁଡୁଚେରୀ ମୁଖ୍ୟମନ୍ତ୍ରୀଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। କେନ୍ଦ୍ର ସରକାର ଦୁଇ ରାଜ୍ୟର ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ କରୁଛନ୍ତି। ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦିଆଯିବ ବୋଲି ଶାହା ପ୍ରତିଶ୍ରୁତି ଦେଇଛନ୍ତି। ବାତ୍ୟା ଅଞ୍ଚଳରେ ସହାୟତା ପାଇଁ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ମୁତୟନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri