Posted inଜାତୀୟ

‘ନିଭାର’ ନେଲା ୩ ଜୀବନ

ଚେନ୍ନାଇ/ପୁଡ଼ୁଚେରୀ,୨୭।୧୧(ଆଇଏଏନ୍‌ଏସ୍‌):ସାମୁଦ୍ରିକ ବାତ୍ୟା ନିଭାର ଗୁରୁବାର ତାମିଲନାଡୁ ଓ ପୁଡ଼ୁଚେରୀରେ ତାଣ୍ଡବ ରଚିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ବାତ୍ୟାରେ ୨୬ ଗୋରୁ ପ୍ରାଣ ହରାଇଥିବା ତାମିଲନାଡୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ତାମିଲନାଡୁର କୁଡାଲୋର, ମରକ୍କନମ ଏବଂ ପୁଡୁଚେରୀରେ ବହୁ ଘର ଭାଙ୍ଗିବା ସହ ଗଛ ଓ ବିଦ୍ୟୁତ ଖୁଣ୍ଟ ଉପୁଡିପଡ଼ିଛି। ରାସ୍ତା ଉପରେ ପଡ଼ିଥିବା ଗଛ କଟା ଜାରି ରହିଛି। ବିଦ୍ୟୁତ ଲାଇନ ମରାମତି କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଥିବା ସରକାର କହିଛନ୍ତି।
ପ୍ରବଳ ବର୍ଷା ଯୋଗୁ ଚେନ୍ନାଇର ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହୋଇ ଜୀବନଯାତ୍ରା ଓ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ୨୪ ତାରିଖ ଅପରାହ୍ନରୁ ତାମିଲନାଡୁରେ ବସ୍‌ ଚଳାଚଳ ବନ୍ଦ ରହିଥିଲା। ଗୁରୁବାର ଅପରାହ୍ନରୁ ୭ଟି ଜିଲାରେ ବସ୍‌ ଚାଲିବା ଆରମ୍ଭ କରିଛି। ସେହିପରି ଚେନ୍ନାଇ ଉପସହରାଞ୍ଚଳରେ ଟ୍ରେନ୍‌ ସେବା ଆରମ୍ଭ ହୋଇଛି। ପ୍ରାୟ ୨.୨୭ ଲକ୍ଷ ଲୋକଙ୍କୁ ୩,୦୮୫ ରିଲିଫ୍‌ କ୍ୟାମ୍ପ୍‌ରେ ରଖାଯାଇଛି। ରାସ୍ତାରୁ ଗଛ ହଟାଇବା ଓ ଅସୁବିଧାରେ ଥିବା ଲୋକଙ୍କୁ ସହାୟତା କରିବାରେ ଗ୍ରେଟର ଚେନ୍ନାଇ କର୍ପୋରେଶନ ଓ ଗ୍ରେଟର ଚେନ୍ନାଇ ପୋଲିସ୍‌ର କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସ୍ବାମୀ ପ୍ରଶଂସା କରିଛନ୍ତି। ମୁଖ୍ୟମନ୍ତ୍ରୀ କୁଡ୍ଡାଲୋର ଯାଇ ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ପୁଡ଼ୁଚେରୀରେ ବାତ୍ୟା ଯୋଗୁ ବହୁ ଗଛ ଉପୁଡ଼ିବା ସହ ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇଛି। ପର୍ଯ୍ୟାୟକ୍ରମେ ବିଦ୍ୟୁତ ଯୋଗାଇଦିଆଯିବ ବୋଲି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀ କହିଛନ୍ତି।
ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଗୁରୁବାର ତାମିଲନାଡୁ ଓ ପୁଡୁଚେରୀ ମୁଖ୍ୟମନ୍ତ୍ରୀଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। କେନ୍ଦ୍ର ସରକାର ଦୁଇ ରାଜ୍ୟର ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ କରୁଛନ୍ତି। ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦିଆଯିବ ବୋଲି ଶାହା ପ୍ରତିଶ୍ରୁତି ଦେଇଛନ୍ତି। ବାତ୍ୟା ଅଞ୍ଚଳରେ ସହାୟତା ପାଇଁ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ମୁତୟନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri