Posted inରାଜ୍ୟ

ଭର୍ଚୁଆଲ ଟୁର୍‌ରେ ନିୟମଗିରିର ଡଙ୍ଗରିଆ କନ୍ଧ

ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ଓଡ଼ିଶାର ଜନଜାତିଙ୍କ ମଧ୍ୟରେ ଡଙ୍ଗରିଆ କନ୍ଧ ହେଉଛନ୍ତି ଅନ୍ୟତମ। ଏମାନେ ସାଧାରଣତଃ ରାୟଗଡ଼ାର ପୂର୍ବଘାଟ ଅଞ୍ଚଳରେ ବସବାସ କରନ୍ତି। ସୂଚୀଶିଳ୍ପ, କାଠଖୋଦେଇ, ଚିତ୍ର ଅଙ୍କନ, ପାନିଆ ତିଆରି ହେଉଛି ଏମାନଙ୍କ ମୁଖ୍ୟ ପେସା।   ବୃହତ୍‌ କନ୍ଧ ଜନଜାତିଙ୍କର ଏକ ଅଂଶ ବିଶେଷ ହେଉଛନ୍ତି ନିୟମଗିରିର ଡଙ୍ଗରିଆ କନ୍ଧ। ଏମାନେ ପୋଡ଼ୁଚାଷ କରୁଥିବାବେଳେ ଉଦ୍ୟାନକୃଷିରେ ମଧ୍ୟ ଦକ୍ଷ। ହଳଦୀ, ସପୁରି ଓ କଦଳୀ ଚାଷ ନିମନ୍ତେ ଡଙ୍ଗରିଆ କନ୍ଧ ଜନଜାତି ପ୍ରସିଦ୍ଧି ଲାଭ କରିଛନ୍ତି। ଝରଣା କୂଳରେ ରହୁଥିବାରୁ ସେମାନେ ନିଜକୁ ‘ଝରଣିଆ’ ବୋଲି ମଧ୍ୟ କହିଥାନ୍ତି।

ନିୟମଗିରି ପର୍ବତର କିମ୍ବଦନ୍ତୀ ନିୟମରାଜାଙ୍କ ବଂଶଧର ଭାବେ ଡଙ୍ଗରିଆ କନ୍ଧମାନେ ନିଜକୁ ଅଭିହିତ କରିଥାନ୍ତି। ଦ୍ରାବିଡ଼ ଭାଷା ‘କୁଭି’ ହେଉଛି ଏମାନଙ୍କର କଥିତ ଭାଷା । ଧରିତ୍ରୀ ଦେବୀ ବା ଧରଣୀ ପେନୁ ହେଉଛନ୍ତି ଏମାନଙ୍କର ଆରାଧ୍ୟ ଦେବୀ। ଗାଁ ରାସ୍ତାର ମଧ୍ୟଭାଗରେ ପୂଜା ପାଉଥିବା ଧରଣୀ ପେନୁଙ୍କୁ ପ୍ରସନ୍ନ କରିବା ପାଇଁ ଡଙ୍ଗରିଆ କନ୍ଧମାନେ ମେରିଆ ବା କେଡ଼ୁ ଉତ୍ସବ ପାଳନ କରିଥାନ୍ତି। ଏହି ସମ୍ପ୍ରଦାୟର ପୁରୁଷ ଓ ମହିଳା ଲମ୍ବା କେଶ ରଖିଥାନ୍ତି। କାନ ଓ ନାକକୁ ଆଭୂଷଣରେ ସଜାଇଥାନ୍ତି। ସୂଚୀଶିଳ୍ପରେ ରଙ୍ଗୀନ ଶାଲ୍‌ ସିଲେଇ କରନ୍ତି। ଏହାକୁ ‘କପଡ଼ା ଗଣ୍ଡା’ କୁହାଯାଏ । ନିୟମଗିରିର ଏହି ଡଙ୍ଗରିଆ କନ୍ଧଙ୍କ ସାମାଜିକ ଚଳଣୀ, ପରମ୍ପରା ଓ ଜୀବିକା ସମ୍ପର୍କରେ ଅଧିକ ଜାଣିବାକୁ ଦର୍ଶକମାନେ ରବିବାର ଫେସ୍‌ବୁକ୍‌ ଓ ଟୁଇଟର ପେଜ୍‌ @stscdev, scstrti ଖୋଲି ସେମାନଙ୍କ ବିଷୟରେ ଜାଣି ପାରିବେ।

କରୋନା ପାଇଁ ରାଜ୍ୟ ଜନଜାତି ସଂଗ୍ରହାଳୟ ଦର୍ଶକଙ୍କ ନିମନ୍ତେ ବନ୍ଦ ରହିଛି। ତେଣୁ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଜନଜାତି ସଂଗ୍ରହାଳୟକୁ ପ୍ରତି ରବିବାର ଭର୍ଚୁଆଲ୍‌ ଟୁର୍‌ର ବ୍ୟବସ୍ଥା କରାଯାଉଛି ବୋଲି ଏସ୍‌ସିଏସ୍‌ଟିଆର୍‌ଟିଆଇ ନିର୍ଦ୍ଦେଶକ ପ୍ରଫେସର ଡ.ଅଖିଳ ବିହାରୀ ଓତା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri