୧ନଂ. ପ୍ଲାଟଫର୍ମରେ ରହୁନି ଟ୍ରେନ, ଯାତ୍ରୀ ହଇରାଣ

କୋରାପୁଟ,୩ା୪(ସ୍ବ.ପ୍ର.): କୋରାପୁଟ ରେଲୱେ ଷ୍ଟେସନ ଜିଲାର ଏକ ପ୍ରମୁଖ ରେଳ ଷ୍ଟେସନ। ବିଶେଷ କରି ଏଠାରୁ କୋରାପୁଟ, ମାଲକାନାଗରି, ନବରଙ୍ଗପୁର ଜିଲାର ବହୁ ସଂଖ୍ୟାରେ ଯାତ୍ରୀ ଭୁବେନେଶ୍ୱର, କଲକୋତା, ବିଶାଖାପାଟଣା , ବିଜୟନଗର, କିରୋଣ୍ଡଲ, ଜଗଦଲପୁର, ରାୟଗଡା, ରାଉଲକେଲା, ସମ୍ବଲପୁର ଆଦି ଅଞ୍ଚଳକୁ ଟ୍ରେନରେ ଯାତାୟାତ କରିଥାନ୍ତି। ମାତ୍ର ୨ମାସ ହେଲା କୋରାପୁଟ ଷ୍ଟେସନର ୧ନଂ. ପ୍ଲାଟଫର୍ମ ୧ରେ ସବୁ ଯାତ୍ରୀବାହୀ ଟ୍ରେନ ରହୁ ନ ଥିବାରୁ ଯାତ୍ରୀମାନେ ହଇରାଣ ହେଉଛନ୍ତି। ଏନେଇସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ଇଷ୍ଟକୋଷ୍ଟ ଡିଭିଜନର ମୁଖ୍ୟ ପ୍ରବନ୍ଧକ ବିଶାଖାପାଟଣା ଡିଆରଏମ୍‌ ଅନୁପ ଶତପଥୀ ଓ ଷ୍ଟେସନ ମାଷ୍ଟରଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ ବତ୍ତର୍ର୍ମାନ ସୁଦ୍ଧା ଅସୁବିଧା ଦୂର ହୋଇପାରି ନାହଁି ା ୧ନଂ. ପ୍ଲାଟଫର୍ମରେ କିଛି ମାଲବାହୀ ରହୁଥିବାରୁ ଯାତ୍ରୀବାହୀ ଓ ଏକ୍ସପ୍ରେସ ଟ୍ରେନ ୩ ଓ ୪ ନଂ. ପ୍ଲାଟଫର୍ମରେ ରହୁଛି ା ଦୁରଦୁରାନ୍ତରୁ ଆସୁଥିବା ଯାତ୍ରୀ ଏବଂ ବୃଦ୍ଧା ବୃଦ୍ଧ ଓ ଭିନ୍ନକ୍ଷମ ବ୍ୟକ୍ତିମାନେ ବହୁଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି କେତେକ ଯାତ୍ରୀ ରେଳ ଧାରଣା ଉପରେ ଆସୁଥିବା ଦେଖିବାକୁ ମିଳୁଛି। ଫଳରେ ଦୁର୍ଘଟଣା ଘଟିବା ନେଇ ଆଶଙ୍କ ପ୍ରକାଶ ପାଉଛି। ଏବେ କୋରାପୁଟ ରେଳ ଷ୍ଟେସନର ୩ ଓ ୪ ନଂ. ପ୍ଲାଟଫର୍ମରେ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ପ୍ଲାଟଫର୍ମ ଉପରେ ସିମେଣ୍ଟ ମାଟି , ବାଲି, ପ୍ଲେଟ ଆଦି ପଡିଛି ା ୪ ନଂ. ପ୍ଲାଟଫର୍ମର ଉପର ସେଡ ପଡି ନ ଥିବାରୁ ଯାତ୍ରୀମାନେ ଟ୍ରେନକୁ ଅପେକ୍ଷା କରିବା କଷ୍ଟକର ହେଉଛି। ତୁରନ୍ତ ରେଲୱେ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାମାଜିକ କର୍ମୀ କାମାକ୍ଷା ପ୍ରସାଦ ମାଝି, ଡାକ୍ତର ରତିକାନ୍ତ ଖଟୁଆ, କୋରାପୁଟ ପ୍ରେସ୍‌ କ୍ଲବ ସଭାପତି ଭବାନୀ ଶଙ୍କର ମିଶ୍ର ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?