ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ୧୬ରୁ ୨୮ ପର୍ଯ୍ୟନ୍ତ ଆବେଦନ

ଭୁବନେଶ୍ୱର, ୧୪।୮(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା ପାଇଁ ଆସନ୍ତା ୧୬ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ସୋମବାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ରାଜ୍ୟରେ ୧,୩୪,୧୨୬ଟି ସିଟ୍‌ ବଳକା ପଡ଼ିଛି। ଗତ ୧ ତାରିଖରୁ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା ବି ଆରମ୍ଭ ହୋଇଛି। କିନ୍ତୁ ସିଟ୍‌ ପୂରଣ ହୋଇ ନ ଥିବାରୁ ଏବେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା କରିବାକୁ ବିଭାଗ ନିଷ୍ପତ୍ତି ନେଇଛି। ଏଥିପାଇଁ ୧୬ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୨୮ ତାରିଖ ରାତି ୧୧ଟା ୫୫ ପର୍ଯ୍ୟନ୍ତ ଚାଲିବ। ସେପ୍ଟେମ୍ବର ୪ ପୂର୍ବାହ୍ନ ୧୧ଟା ୩୦ରେ ମେରିଟ ଲିଷ୍ଟ ପ୍ରକାଶ ପାଇବ। ୫ ତାରିଖ ସକାଳ ୯ଟାରୁ ୭ ତାରିଖ ଅପରାହ୍ନ ୫ଟା ଭିତରେ ମନୋନୀତ ଛାତ୍ରୀଛାତ୍ର ନାମ ଲେଖାଇବେ। ୧୨ତାରିଖ ପୂର୍ବାହ୍ନ ୧୧ଟା ୩୦ରେ ସ୍ପଟ୍‌ ନାମଲେଖା ପାଇଁ ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୧ରୁ ୧୪ ତାରିଖ ସନ୍ଧ୍ୟା ଭିତରେ ନାମ ଲେଖାଇବେ।
ସୂଚନାଯୋଗ୍ୟ, ରାଜ୍ୟରେ ୨,୧୭୭ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ପାଇଁ ମୋଟ ୫,୧୩,୩୨୧ ସିଟ୍‌ ରହିଛି। ସେଥିମଧ୍ୟରୁ ୩,୭୯,୧୯୫ଟି ସିଟ୍‌ ପୂରଣ ହୋଇଥିବା ବେଳେ ୧,୩୪,୧୨୬ଟି ସିଟ୍‌ ଖାଲି ପଡ଼ିଛି। ଏଥିରୁ କଳା ବିଭାଗରେ ୪୯,୫୧୨ ସିଟ୍‌, ବିଜ୍ଞାନରେ ୫୫,୮୬୨, ବାଣିଜ୍ୟରେ ୧୬,୪୩୩, ସଂସ୍କୃତରେ ୬,୨୯୯ ଏବଂ ଧନ୍ଦାମୂଳକ ଶିକ୍ଷାରେ ୬,୦୨୦ଟି ସିଟ୍‌ ବଳକା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?