ତଦନ୍ତ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନାହିଁ

ନବରଙ୍ଗପୁର,୨୯।୭(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାନୁଷ୍ଠାନ ମାନଙ୍କରେ ଅନେକ ସମସ୍ୟା ଲାଗିରହିଛି। ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନ ହେବାରୁ ଶିକ୍ଷକ ଓ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ଏପରି ଏକ ଘଟଣା ରାଇଘର ବ୍ଲକ କଚରପରା ଅଲେଖ ମହିମା ହାଇସ୍କୁଲରେ ଘଟିଛି। ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ କିରାଣି ପ୍ରହଲ୍ଲାଦ ବେହେରାଙ୍କ ଉପରେ ଚପଲ ଫୋପାଡ଼ିବା ଘଟଣାର ତଦନ୍ତ ରିପୋର୍ଟ ଆସିବା ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଏହା ବିରୋଧରେ ପ୍ରହଲ୍ଲାଦ ଶୁକ୍ରବାର ଦିନସାରା ଭୋକରେ ଜିଲାଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଅପେକ୍ଷା କରିଥିଲେ। ଜିଲା ଶିକ୍ଷାଧିକାରୀ ସା ୭.୪୦ ପର୍ଯ୍ୟନ୍ତ ନ ଆସିବାରୁ ସେ ଅପେକ୍ଷା କରି ଫେରିଯାଇଥିଲେ ।
ନବରଙ୍ଗପୁର ଜିଲା ରାଇଘର ବ୍ଲକ କଚରପରା ଅଲେଖ ମହିମା ହାଇସ୍କୁଲ ପ୍ରଧାନଶିକ୍ଷୟିତ୍ରୀ ଜୁନ ୬ରେ ଚପଲ ଫୋପାଡି ଗାଳିଗୁଲଜ କରିଥିବା ନେଇ ଜୁନ ୯ରେ କିରାଣି ପ୍ରହଲ୍ଲାଦ ବେହେରା ଡିଇଓ ପ୍ରଦୀପ କୁମାର ନାଗଙ୍କୁ ଲିଖିତ ଅଭିଯୋଗ କରିଥିଲେ। ନିଯୁକ୍ତି ପରଠାରୁ ଆକ୍ରୋସ ରଖି ପ୍ରଧାନଶିକ୍ଷୟିତ୍ରୀ ବିଭିନ୍ନ ସମୟରେ ହଇରାଣ କରିବା ସହ ୯ ବର୍ଷରେ ୧୦ ଥର ଦରମା ବନ୍ଦ କରିଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ ଥିଲା। ୨୬ ତାରିଖରେ ଏଡିଇଓ ରେଶମ ଲାଲ ନାୟକ ଘଟଣାର ତଦନ୍ତ କରି ଡିଇଓଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି। ଏଡିଇଓ ତଦନ୍ତ କରି ଫେରିବା ପରେ ପ୍ରଧାନ ଶିକ୍ଷୟିତ୍ରୀ ବିଦ୍ୟାଳୟକୁ ଆସିବାକୁ ମନା କରୁଛନ୍ତି। ଏବେ ପୁଣି ଧମକଚମକ ମିଳୁଥିବାରୁ ଜୀବନ ପ୍ରତି ବିପଦ ଥିବା ପ୍ରହଲ୍ଲାଦ ଅଭିଯୋଗ କରିଛନ୍ତି। ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ଅଭିଯୋଗ ଜଣାଇବାକୁ ଆସିଥିବା ପ୍ରହଲ୍ଲାଦ କହିଛନ୍ତି। ଏନେଇ ଅତିରିକ୍ତ ଜିଲା ଶିକ୍ଷାଧିକାରୀ ରେଶମ ଲାଲ ନାୟକଙ୍କୁ ପଚାରିବାରୁ ତଦନ୍ତ ରିପୋର୍ଟ ଜିଲା ଶିକ୍ଷା ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ପରବର୍ତ୍ତୀ ପଦକ୍ଷେପ ଡିଇଓ ନେବେ ବୋଲି ସେ କହିଛନ୍ତି। ଘଟଣା ସମ୍ପର୍କରେ ଜାଣିବାକୁ ୯୭୭୭୯୪୬୬୧୫ ନମ୍ବରରେ ପ୍ରଧାନ ଶିକ୍ଷୟିତ୍ରୀ ଭୁବନ ମୋହନ ନାୟକଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri