ତଦନ୍ତ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନାହିଁ

ନବରଙ୍ଗପୁର,୨୯।୭(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାନୁଷ୍ଠାନ ମାନଙ୍କରେ ଅନେକ ସମସ୍ୟା ଲାଗିରହିଛି। ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନ ହେବାରୁ ଶିକ୍ଷକ ଓ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ଏପରି ଏକ ଘଟଣା ରାଇଘର ବ୍ଲକ କଚରପରା ଅଲେଖ ମହିମା ହାଇସ୍କୁଲରେ ଘଟିଛି। ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ କିରାଣି ପ୍ରହଲ୍ଲାଦ ବେହେରାଙ୍କ ଉପରେ ଚପଲ ଫୋପାଡ଼ିବା ଘଟଣାର ତଦନ୍ତ ରିପୋର୍ଟ ଆସିବା ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଏହା ବିରୋଧରେ ପ୍ରହଲ୍ଲାଦ ଶୁକ୍ରବାର ଦିନସାରା ଭୋକରେ ଜିଲାଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଅପେକ୍ଷା କରିଥିଲେ। ଜିଲା ଶିକ୍ଷାଧିକାରୀ ସା ୭.୪୦ ପର୍ଯ୍ୟନ୍ତ ନ ଆସିବାରୁ ସେ ଅପେକ୍ଷା କରି ଫେରିଯାଇଥିଲେ ।
ନବରଙ୍ଗପୁର ଜିଲା ରାଇଘର ବ୍ଲକ କଚରପରା ଅଲେଖ ମହିମା ହାଇସ୍କୁଲ ପ୍ରଧାନଶିକ୍ଷୟିତ୍ରୀ ଜୁନ ୬ରେ ଚପଲ ଫୋପାଡି ଗାଳିଗୁଲଜ କରିଥିବା ନେଇ ଜୁନ ୯ରେ କିରାଣି ପ୍ରହଲ୍ଲାଦ ବେହେରା ଡିଇଓ ପ୍ରଦୀପ କୁମାର ନାଗଙ୍କୁ ଲିଖିତ ଅଭିଯୋଗ କରିଥିଲେ। ନିଯୁକ୍ତି ପରଠାରୁ ଆକ୍ରୋସ ରଖି ପ୍ରଧାନଶିକ୍ଷୟିତ୍ରୀ ବିଭିନ୍ନ ସମୟରେ ହଇରାଣ କରିବା ସହ ୯ ବର୍ଷରେ ୧୦ ଥର ଦରମା ବନ୍ଦ କରିଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ ଥିଲା। ୨୬ ତାରିଖରେ ଏଡିଇଓ ରେଶମ ଲାଲ ନାୟକ ଘଟଣାର ତଦନ୍ତ କରି ଡିଇଓଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି। ଏଡିଇଓ ତଦନ୍ତ କରି ଫେରିବା ପରେ ପ୍ରଧାନ ଶିକ୍ଷୟିତ୍ରୀ ବିଦ୍ୟାଳୟକୁ ଆସିବାକୁ ମନା କରୁଛନ୍ତି। ଏବେ ପୁଣି ଧମକଚମକ ମିଳୁଥିବାରୁ ଜୀବନ ପ୍ରତି ବିପଦ ଥିବା ପ୍ରହଲ୍ଲାଦ ଅଭିଯୋଗ କରିଛନ୍ତି। ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ଅଭିଯୋଗ ଜଣାଇବାକୁ ଆସିଥିବା ପ୍ରହଲ୍ଲାଦ କହିଛନ୍ତି। ଏନେଇ ଅତିରିକ୍ତ ଜିଲା ଶିକ୍ଷାଧିକାରୀ ରେଶମ ଲାଲ ନାୟକଙ୍କୁ ପଚାରିବାରୁ ତଦନ୍ତ ରିପୋର୍ଟ ଜିଲା ଶିକ୍ଷା ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ପରବର୍ତ୍ତୀ ପଦକ୍ଷେପ ଡିଇଓ ନେବେ ବୋଲି ସେ କହିଛନ୍ତି। ଘଟଣା ସମ୍ପର୍କରେ ଜାଣିବାକୁ ୯୭୭୭୯୪୬୬୧୫ ନମ୍ବରରେ ପ୍ରଧାନ ଶିକ୍ଷୟିତ୍ରୀ ଭୁବନ ମୋହନ ନାୟକଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri