Posted inଜାତୀୟ

ଖବରଦାତା, ଓକିଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅନି

ନୂଆଦିଲ୍ଲୀ,୧୮।୧୧: ତ୍ରିପୁରା ହିଂସା ବେଳେ ସଂଖ୍ୟାଲଘୁ ସମୁଦାୟକୁ ଟାର୍ଗେଟ କରାଯାଇଥିବା ନେଇ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ର ଜଣେ ଖବରଦାତା ଓ ଦୁଇଜଣ ଓକିଲ ଅନୁସନ୍ଧାନ ପରେ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଖବରଦାତା ଶ୍ୟାମ ମୀରା ସିଂ ଏବଂ ଆଇନଜୀବୀ ମୁକେଶ ଓ ଅନ୍‌ସାରୁଲ ହକ୍‌ଙ୍କ ବିରୋଧରେ ପୋଲିସ ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ (ୟୁଏପିଏ) ବଳରେ ଏଫ୍‌ଆଇଆର୍‌ କରିଛି। ଏହି ୩ ସଦସ୍ୟ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ୩ ଜଣଙ୍କ ବିରୋଧରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ନ ନେବା ପାଇଁ ବୁଧବାର ସୁପ୍ରିମକୋର୍ଟ ତ୍ରିପୁରା ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ସିଜେଆଇ ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ଏ.ଏସ୍‌. ବୋପାନ୍ନା ଏବଂ ହିମା କୋହଲିଙ୍କୁ ନେଇ ଗଠିତ ଖଣ୍ଡପୀଠ ଆବେଦନକାରୀଙ୍କ ପିଟିଶନର ଶୁଣାଣି କରି ଅଗରତାଲା ପୋଲିସକୁ କାର୍ଯ୍ୟାନୁଷ୍ଠାନ ନ ନେବାକୁ ନୋଟିସ କରିଛନ୍ତି। ପ୍ରକାଶ ଯେ, ଦୁର୍ଗାପୂଜା ବେଳେ ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁମାନଙ୍କ ଉପରେ ଧର୍ମନିନ୍ଦା ଅଭିଯୋଗରେ ଆକ୍ରମଣ ହୋଇଥିଲା। ଏ ସମ୍ପର୍କିତ ରିପୋର୍ଟ ପ୍ରକାଶ ପାଇବା ପରେ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ତ୍ରିପୁରାରେ ବ୍ୟାପକ ହିଂସା ଦେଖାଦେଇଥିଲା। ମୁସଲମାନମାନଙ୍କୁ ଟାର୍ଗେଟ କରି ଲୁଟ୍‌, ରାହାଜାନୀ ହୋଇଥିବା ସାମ୍ନାକୁ ଆସିଥିଲା। ଗତ ୧୧ରେ ସୁପ୍ରିମକୋର୍ଟ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ଯୁକ୍ତିକୁ ଗ୍ରହଣ କରି ସିଭିଲ ସୋସାଇଟିର ଉପରୋକ୍ତ ୩ ସଦସ୍ୟଙ୍କ ବିରୋଧରେ ହୋଇଥିବା ଏଫ୍‌ଆଇଆର୍‌କୁ ଖାରଜ କରିବା ଉପରେ ଶୁଣାଣି କରିବାକୁ ରାଜି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri