Posted inଜାତୀୟ

ଖବରଦାତା, ଓକିଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅନି

ନୂଆଦିଲ୍ଲୀ,୧୮।୧୧: ତ୍ରିପୁରା ହିଂସା ବେଳେ ସଂଖ୍ୟାଲଘୁ ସମୁଦାୟକୁ ଟାର୍ଗେଟ କରାଯାଇଥିବା ନେଇ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ର ଜଣେ ଖବରଦାତା ଓ ଦୁଇଜଣ ଓକିଲ ଅନୁସନ୍ଧାନ ପରେ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଖବରଦାତା ଶ୍ୟାମ ମୀରା ସିଂ ଏବଂ ଆଇନଜୀବୀ ମୁକେଶ ଓ ଅନ୍‌ସାରୁଲ ହକ୍‌ଙ୍କ ବିରୋଧରେ ପୋଲିସ ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ (ୟୁଏପିଏ) ବଳରେ ଏଫ୍‌ଆଇଆର୍‌ କରିଛି। ଏହି ୩ ସଦସ୍ୟ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ୩ ଜଣଙ୍କ ବିରୋଧରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ନ ନେବା ପାଇଁ ବୁଧବାର ସୁପ୍ରିମକୋର୍ଟ ତ୍ରିପୁରା ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ସିଜେଆଇ ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ଏ.ଏସ୍‌. ବୋପାନ୍ନା ଏବଂ ହିମା କୋହଲିଙ୍କୁ ନେଇ ଗଠିତ ଖଣ୍ଡପୀଠ ଆବେଦନକାରୀଙ୍କ ପିଟିଶନର ଶୁଣାଣି କରି ଅଗରତାଲା ପୋଲିସକୁ କାର୍ଯ୍ୟାନୁଷ୍ଠାନ ନ ନେବାକୁ ନୋଟିସ କରିଛନ୍ତି। ପ୍ରକାଶ ଯେ, ଦୁର୍ଗାପୂଜା ବେଳେ ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁମାନଙ୍କ ଉପରେ ଧର୍ମନିନ୍ଦା ଅଭିଯୋଗରେ ଆକ୍ରମଣ ହୋଇଥିଲା। ଏ ସମ୍ପର୍କିତ ରିପୋର୍ଟ ପ୍ରକାଶ ପାଇବା ପରେ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ତ୍ରିପୁରାରେ ବ୍ୟାପକ ହିଂସା ଦେଖାଦେଇଥିଲା। ମୁସଲମାନମାନଙ୍କୁ ଟାର୍ଗେଟ କରି ଲୁଟ୍‌, ରାହାଜାନୀ ହୋଇଥିବା ସାମ୍ନାକୁ ଆସିଥିଲା। ଗତ ୧୧ରେ ସୁପ୍ରିମକୋର୍ଟ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ଯୁକ୍ତିକୁ ଗ୍ରହଣ କରି ସିଭିଲ ସୋସାଇଟିର ଉପରୋକ୍ତ ୩ ସଦସ୍ୟଙ୍କ ବିରୋଧରେ ହୋଇଥିବା ଏଫ୍‌ଆଇଆର୍‌କୁ ଖାରଜ କରିବା ଉପରେ ଶୁଣାଣି କରିବାକୁ ରାଜି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri