ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ ଆନ୍ଦୋଳନକାରୀଙ୍କ ବିରୋଧରେ ଦିଲ୍ଲୀ ପୋଲିସ କୌଣସି କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ନାହିଁ। ତେବେ ଆପରାଧିକ ପୃଷ୍ଠଭୂମି ଥିବା ବ୍ୟକ୍ତିମାନଙ୍କ ବିରୋଧରେ ନିୟମାନୁସାରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଦିଲ୍ଲୀ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ଏକ ନିର୍ଦ୍ଦେଶନାମାରେ ସ୍ପଷ୍ଟ କରାଯାଇଛି। ସରକାରୀ ଆଦେଶ ଅନୁଯାୟୀ, ଗିରଫ କିମ୍ବା ଅଟକ ହୋଇଥିବା ଆନ୍ଦୋଳନକାରୀଙ୍କ ମାମଲାର ଶୀଘ୍ର ସମୀକ୍ଷା କରାଯାଇ ସେମାନଙ୍କୁ ମୁକ୍ତ କରିବା ପ୍ରକ୍ରିୟା ତ୍ୱରାନ୍ବିତ କରାଯିବ। ଦିଲ୍ଲୀ ସରକାର ଏହି ପ୍ରତିବାଦରେ ସାମିଲ ସାଧାରଣ ଲୋକଙ୍କ ବିରୋଧରେ ଆଗକୁ କୌଣସି ଆଇନଗତ ପଦକ୍ଷେପ ନ ନେଇ ମାମଲାକୁ ଏହିଠାରେ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ସୁପ୍ରିମକୋର୍ଟଙ୍କ ଆଦେଶ ଅନୁସାରେ, ଆପରାଧିକ ପୃଷ୍ଠଭୂମି ଥିବା ବ୍ୟକ୍ତିମାନଙ୍କୁ ଏହି ଆଇନଗତ ସୁରକ୍ଷା ମିଳିବ ନାହିଁ। ପ୍ରତିବାଦ ବେଳେ ଆନ୍ଦୋଳନକାରୀମାନେ ବାରିକେଡ୍‌ ଭାଙ୍ଗିବାକୁ ଚେଷ୍ଟା କରିବାରୁ ପୋଲିସ ଓ ପ୍ରତିବାଦକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଆନ୍ଦୋଳନକାରୀଙ୍କ ପଥରମାଡ଼ରେ ଅନେକ ସୁରକ୍ଷାକର୍ମୀ ଆହତ ହୋଇଥିବାବେଳେ ପୋଲିସର ଲାଠିଚାର୍ଜ ଓ ପେଲେଟ୍‌ ଗନ୍‌ ଦ୍ୱାରା ବହୁ ପ୍ରତିବାଦକାରୀ ମଧ୍ୟ ଆହତ ହୋଇଥିଲେ। ଏଥିସହିତ ୧୫ରୁ ଅଧିକ ଗାଡ଼ି କ୍ଷତିଗ୍ରସ୍ତ ହୋଇଥିଲା। ଏହି ଘଟଣାରେ ଦିଲ୍ଲୀ ପୋଲିସ ୧୩ଟି ଏଫ୍‌ଆଇଆର୍‌ ରୁଜୁ କରିଛି। ଏଥିସହିତ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ବ୍ୟବହାର କରିଥିବା କିଛି ସୋସିଆଲ ମିଡିଆ ହ୍ୟାଣ୍ଡେଲ ବିରୋଧରେ ସ୍ପେଶାଲ ସେଲ୍‌ରେ ପୃଥକ ମାମଲା ଦାୟର କରାଯାଇଛି। ଯନ୍ତରମନ୍ତରରେ ଲଗାଯାଇଥିବା ହାଇ-ରେଜୋଲ୍ୟୁସନ ଫେସିଆଲ ରେକଗ୍ନିସନ ସିଷ୍ଟମ କ୍ୟାମେରା ସାହାଯ୍ୟରେ ପୋଲିସ ପ୍ରତିବାଦରେ ସାମିଲ ୨,୮୦୦ରୁ ଅଧିକ ଅପରାଧିକ ପୃଷ୍ଠଭୂମି ଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?