ବିଜେଡି-ଭାଜପା ମେଣ୍ଟ ହେବନି

ଭୁବନେଶ୍ୱର, ୨୩।୩(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ଏକାକୀ ଲଢ଼ିବ ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ ‘ଏକ୍ସ’ରେ ପୋଷ୍ଟ କରିବା ପରେ ଦଳୀୟ ନେତା ଓ କର୍ମୀ ମହଲରେ ଉତ୍ସାହ ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ ବାଣ ଫୁଟାଇ, ମିଠା ବାଣ୍ଟି ଉତ୍ସବ ପାଳନ କରାଯାଇଛି। ମନମୋହନଙ୍କ ପୋଷ୍ଟକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକେ ରିପୋଷ୍ଟ କରିଛନ୍ତି।
ମନମୋହନ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ, ଗତ ୧୦ ବର୍ଷ ହେଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜେଡି ରାଷ୍ଟ୍ରୀୟ ମହତ୍ତ୍ୱ ଥିବା ଅନେକ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରକୁ ସମର୍ଥନ କରିଆସୁଛନ୍ତି। ଏଥିପାଇଁ ତାଙ୍କୁ ଧନ୍ୟବାଦ ଜଣାଉଛୁ। ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ୱରାନ୍ବିତ ହୋଇଛି। ସବୁ କ୍ଷେତ୍ରରେ ସମ୍ପୃକ୍ତ ରାଜ୍ୟଗୁଡିକ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଅନୁଭବ ହେଉଛି। ହେଲେ ବର୍ତ୍ତମାନ ଓଡ଼ିଶାରେ କେନ୍ଦ୍ରର ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳସ୍ତରରେ ପହଞ୍ଚି ପାରୁନାହିଁ। ଯେଉଁ କାରଣରୁ ଓଡ଼ିଶାର ଗରିବ ଲୋକଙ୍କୁ ଏହାର ସୁଫଳ ପାଇପାରୁ ନାହାନ୍ତି। ଓଡ଼ିଶାର ଅସ୍ମିତା, ଗୌରବ ଏବଂ ରାଜ୍ୟବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁ ନ ଥିବା ମନମୋହନ କହିଛନ୍ତି। ଆହୁରି ଉଲ୍ଲେଖ କରିଛନ୍ତି ଯେ, ସାଢେ ୪ କୋଟି ଲୋକଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷା ପୂରଣ କରିବା ଲାଗି ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ। ଅନ୍ୟପଟେ ଦଳର ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଓଡିଶାରେ ବହୁ କେନ୍ଦ୍ରୀୟ ଯୋଜନା ଲାଗୁ କରାଯାଇ ନାହିଁ। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ମହିଳାଙ୍କ ପ୍ରତି ବହୁ ଅତ୍ୟାଚାର ହେଉଛି। ଦଳ ଏହି ସବୁ ପ୍ରସଙ୍ଗକୁ ନେଇ ଲୋକଙ୍କ ପାଖକୁ ଯିବ। ଭାଜପା ରାଜ୍ୟରେ ସରକାର କରିବ ବୋଲି ତୋମାର ଦୃଢ଼ୋକ୍ତି ଦେଖାଇଛନ୍ତି। ହେଲେ ସେ ମେଣ୍ଟ ହେବ ନାହିଁ ବୋଲି ମଧ୍ୟ ତାଙ୍କ ପ୍ରତିକ୍ରିୟାରେ କହିନାହାନ୍ତି।
ଅନ୍ୟପକ୍ଷରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ରାଜ୍ୟବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି। ବିଜେଡି ସମସ୍ତ ୧୪୭ ବିଧାନସଭା ଏବଂ ୨୧ ଲୋକ ସଭା ନିର୍ବାଚନମଣ୍ଡଳୀରେ ପ୍ରତିଦ୍ୱନ୍ଦ୍ୱିତା କରିବା ସହ ରାଜ୍ୟବାସୀଙ୍କ ସମର୍ଥନ ଏବଂ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ୩ ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ। ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ ଓ ରାଷ୍ଟ୍ରନୀତିଜ୍ଞତା ମନୋଭାବ ସହିତ ରାଜ୍ୟବାସୀଙ୍କୁ ସବୁବେଳେ ଆଗଧାଡିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ। ନୂତନ ଓ ସଶକ୍ତ ଓଡ଼ିଶା ବିଜେଡିର ଲକ୍ଷ୍ୟ ହେବ। ଲୋକପ୍ରିୟ ନେତା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଏହାକୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ ବୋଲି ପ୍ରଣବ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri