ଭିତରି ମେଣ୍ଟ ନାହିଁ: ପ୍ରଦୀପ ପୁରୋହିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ): ମେଣ୍ଟକୁ ନେଇ ଯେଉଁ ପ୍ରକ୍ରିୟା ଚାଲିଥିଲା, ଭାଜପାର ହଜାର ହଜାର କାର୍ଯ୍ୟକର୍ତ୍ତା ଅସନ୍ତୁଷ୍ଟ ଥିଲେ। ଏଥର ଭାଜପା ଡବଲ ଇଞ୍ଜିନ ସରକାର ଗଢ଼ିବ, କାହିଁକି ମେଣ୍ଟ କରିବାକୁ ଯାଉଛନ୍ତି ବୋଲି ସାଧାରଣ ଜନତା ମଧ୍ୟ ପ୍ରଶ୍ନ କରିଥିଲେ। କୌଣସି ଭିତରି ମେଣ୍ଟ ନାହିଁ, କେନ୍ଦ୍ର ନେତୃତ୍ୱ ଯେଉଁ ଦାୟିତ୍ୱ ଦେବ, ସେ ସେହି ଦାୟିତ୍ୱକୁ ଶୃଙ୍ଖଳିତ ଭାବେ ସମ୍ପାଦନ କରିବେ ବୋଲି ସୋମବାର ବରଗଡ଼ରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଭାଜପା ଲୋକସଭା ପ୍ରାର୍ଥୀ ପ୍ରଦୀପ ପୁରୋହିତ କହିଛନ୍ତି । ସେ ଆହୁରି କହିଥିଲେ, ଏହା ଭାଜପାର ଲଢ଼େଇ ନୁହେଁ, ଜନତାଙ୍କ ଲଢ଼େଇ । ଲୋକେ ନରେନ୍ଦ୍ର ମୋଦିଙ୍କୁ ତୃତୀୟଥର ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଛନ୍ତି। ଏଭଳିସ୍ଥଳେ ବିଜେଡି ଏକ ଶକ୍ତିଶାଳୀ ଦଳ ହୋଇଥିବା ବେଳେ କଂଗ୍ରେସ ଅସ୍ତିତ୍ୱ ହରାଇ ସାରିଛି । ଫଳରେ ନିର୍ବାଚନରେ ଲଢ଼େଇ ଜୋରଦାର ହେବ ଏବଂ ଭାଜପା ତଥା ଜନତାଙ୍କ ବିଜୟ ନିଶ୍ଚିତ ହେବ ବୋଲି ପୁରୋହିତ କହିଥିଲେ।

ସେହିପରି ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ପୁରୋହିତ କହିଥିଲେ, କୌଣସି କମ୍ପାନୀକୁ ଗନ୍ଧମାର୍ଦ୍ଧନର ଏକ ଇଞ୍ଚ ଜମି ପ୍ରଦାନ କରାଯିବ ନାହିଁ । ଏହାକୁ ନେଇ ସେ ବଜ୍ର ଶପଥ କରିଛନ୍ତି । ସେ ନିର୍ବାଚିତ ହେଲେ ଗନ୍ଧମାର୍ଦ୍ଧନର ସୁରକ୍ଷା ପାଇଁ ପଦକ୍ଷେପ ସହିତ ଛୋଟ ଛୋଟ ଔଷଧୀୟ ଶିଳ୍ପ ପ୍ରତିଷ୍ଠା କରି ସ୍ଥାନୀୟ ଲୋକଙ୍କୁ ରୋଜଗାର ଦେବାକୁ ଉଦ୍ୟମ କରାଯିବ ବୋଲି ପୁରୋହିତ କହିଥିଲେ।

ସେହିପରି ରାଜ୍ୟରେ ଭାଜପା ସରକାର ଆସିଲେ ଧାନ କୁଇଣ୍ଟାଲ ପ୍ରତି ୩୧୦୦ ଟଙ୍କା କରାଯିବ ଏବଂ ବରଗଡ଼-ନୂଆପଡ଼ା, ବରଗଡ଼-ରାୟପୁର ରେଳପଥ ନିର୍ମାଣକୁ ଗୁରୁତ୍ୱ ଦିଆଯିବ ବୋଲି ସେ ପ୍ରକାଶ କରିଥିଲେ। ଖବରଦାତା ସମ୍ମିଳନୀରେ ଦଳର ବରିଷ୍ଠ ନେତା ସୁରେଶ୍ୱର ଶତପଥୀ, ଅଶୋକ ପଣ୍ଡା, ରବି ନାରାୟଣ ଦାଶ, ଅକ୍ରୂର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri