Posted inଜାତୀୟ

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ ତାଙ୍କ ମା’ଙ୍କ ମୃତଦେହକୁ ଏକ ଷ୍ଟ୍ରେଚରରେ ଟାଣି ପ୍ରାୟ ଦୁଇ କିଲୋମିଟର ରାସ୍ତା ଅତିକ୍ରମ କରି ଘରକୁ ନେଇଥିଲେ।

ଘଟଣାଟି ନାୱାଦାର ଆକବରପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର (PHC)ରେ ଘଟିଛି। ଗତ ରବିବାର ରାତିରେ ଅଜୟ ସାଓଙ୍କ ମା’ ଅସୁସ୍ଥ ହେବାରୁ ତାଙ୍କୁ ସେଠାକୁ ନିଆଯାଇଥିଲା, କିନ୍ତୁ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଅଜୟ ଶେଷ ଥର ପାଇଁ ମା’ଙ୍କୁ ଘରକୁ ନେବା ପାଇଁ ଆମ୍ବୁଲାନ୍ସ ମାଗିବାରୁ କର୍ମଚାରୀମାନେ ମନା କରିଦେଇଥିଲେ। ଜଣେ କର୍ମଚାରୀ କୁଆଡ଼େ କହିଥିଲେ ଯେ ମୃତଦେହ ନେବା ପାଇଁ ହସ୍ପିଟାଲରେ ଆମ୍ବୁଲାନ୍ସ ସୁବିଧା ନାହିଁ।

ଅଜୟଙ୍କ ସମ୍ପର୍କୀୟମାନେ ଅଭିଯୋଗ କରିଛନ୍ତି ଯେ ବିଳମ୍ବିତ ରାତି ହୋଇଥିବାରୁ ମୃତଦେହ ପାଇଁ ଅନ୍ୟ ପରିବହନ ବ୍ୟବସ୍ଥା କରିବା କଷ୍ଟକର ହେବ ବୋଲି ସେମାନେ ନେହୁରା ହୋଇଥିଲେ ମଧ୍ୟ ସେମାନଙ୍କୁ ଆମ୍ବୁଲାନ୍ସ ଦିଆଗଲା ନାହିଁ। ସେମାନେ କହିଛନ୍ତି ଯେ ହସ୍ପିଟାଲ ପରିସରରେ ଆମ୍ବୁଲାନ୍ସ ଗାଡ଼ି ପାର୍କିଂ ହୋଇଥିବା ସତ୍ତ୍ୱେ କର୍ମଚାରୀମାନେ ଏହା ନିୟମ ବିରୁଦ୍ଧ ବୋଲି କହିବା ସହ ଦେବାକୁ ମନା କରିଦେଇଥିଲେ।

ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, ପରିବାରକୁ ଷ୍ଟ୍ରେଚରଟି ମଧ୍ୟ ସହଜରେ ମିଳି ନ ଥିଲା। ଷ୍ଟ୍ରେଚର ଫେରସ୍ତ ନହେବା ପର୍ଯ୍ୟନ୍ତ ଗ୍ୟାରେଣ୍ଟର ଭାବରେ ଅଜୟଙ୍କ ପତ୍ନୀ ଏବଂ ପୁଅଙ୍କୁ ସେଠାରେ ରହିବାକୁ ପଡ଼ିଥିଲା।

ଅଜୟ ସାଓଙ୍କ ପତ୍ନୀ କହିଛନ୍ତି, “ମୁଁ ମାନବିକତା ଦୃଷ୍ଟିରୁ ଷ୍ଟ୍ରେଚରଟି ଦେବା ପାଇଁ କର୍ମଚାରୀଙ୍କୁ ଅନୁରୋଧ କରିଥିଲି। ଷ୍ଟ୍ରେଚର ଫେରାଇ ନ ଦେବା ପର୍ଯ୍ୟନ୍ତ ମୁଁ ଏବଂ ମୋ ପୁଅ ରହିବୁ ବୋଲି ପ୍ରତିଶ୍ରୁତି ଦେବା ପରେ ସେମାନେ ଷ୍ଟ୍ରେଚର ନେବାକୁ ଅନୁମତି ଦେଇଥିଲେ।”

ଏହି ଘଟଣାକୁ ନେଇ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ କୌଣସି ବିବୃତ୍ତି ଦିଆଯାଇ ନଥିବାବେଳେ, ପରିବାର ଲୋକେ ପ୍ରଶାସନ ନିକଟରେ ସମ୍ପୃକ୍ତ କର୍ମଚାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?