ଦୁର୍ଘଟଣା ପରେ ଆସିଲାନି ଆମ୍ବୁଲାନ୍ସ, ପିକ୍‌ଅପ୍‌ ଡାଲାରେ ବୁହାହେଲେ ଗୁରୁତର

କେନ୍ଦୁଝର,୨୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଠିକଣା ସମୟରେ ସରକାରଙ୍କ ଆମ୍ବୁଲାନ୍ସ ଯୋଜନା ଫେଲ୍‌ ମାରିଲା। ଦୁର୍ଘଟଣା ଦ୍ୱାରା ନିରୀହ ଜୀବନ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ସେପଟେ ସରକାରଙ୍କ ଆମ୍ବୁଲାନ୍ସ ଠିକ୍‌ ସମୟରେ ନ ପହଞ୍ଚି ପାରିବାରୁ ପିକ୍‌ଅପ୍‌ରେ ଆଳୁ ବସ୍ତା ପରି ବୁହାହେଲେ ଗୁରୁତର ରୋଗୀ। ଏପଟେ ଦୁର୍ଘଟଣା ଯନ୍ତ୍ରଣାକୁ ସେପଟେ ପିକ୍‌ଅପ୍‌ ଯନ୍ତ୍ରଣା ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ। ଗୋଟିଏ ବାଇକ୍‌ରେ ୪ଜଣ ଯୁବକ ଅତ୍ୟଧିକ ମାଲ୍‌ ପିଇ ଯାଉଥିବା ବେଳେ ବାଂଶପାଳ, କାଦକଳାର ନରସିଂପୁର ଗ୍ରାମ ବନ୍ଧସାହି ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟାଇ ବାଇକରୁ ପଡ଼ି ଯାଇଥିଲେ।

ସୂଚନାଯୋଗ୍ୟ, ଘଟଣାସ୍ଥଳରେ ନୟାକୋଟ ପୋଲିସ ପହଞ୍ଚି ବାମେବାରୀ ଥାନା ସେକେରାଡ଼ି ଗ୍ରାମର ଜୁନୁ ମୁଣ୍ଡାଙ୍କ ପୁଅ ୨୮ବର୍ଷୀୟ ଲୁଲୁ ମୁଣ୍ଡା ନାମକ ଯୁବକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କେନ୍ଦୁଝର ପଠାଇଛନ୍ତି। ଏହି ଦୁର୍ଘଟଣାରେ ଅନ୍ୟ ୩ଜଣ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ନ ଆସିବାରୁ ଗୋଟେ ଗାଡ଼ି ଡାଲାରେ ଲଦି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri