୩ କି.ମି. ଭାରରେ ବୁହାହୋଇ ହସ୍ପିଟାଲ ଗଲେ ରୋଗୀ

ଦଶମନ୍ତପୁର,୨୯।୭(ଅରବିନ୍ଦ ନାୟକ): ଗ୍ରାମକୁ ଆସିପାରିଲାନି ଆମ୍ବୁଲାନ୍ସ। ୩ କି.ମି. ଭାରରେ ବୁହାହୋଇ ଡାକ୍ତରଖାନା ଗଲେ ରୋଗୀ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ୍‌ ଅନ୍ତର୍ଗତ ଲୁଲ୍ଲା ପଞ୍ଚାୟତର କୁଦାଲଅଟାଲ ଗ୍ରାମରେ।

ଗ୍ରାମର ପଦଲାମ ମୁଦୁଲିଙ୍କ ଝିଅ ଅନିତା (୧୧) କିଛି ଦିନ ହେବ ଜ୍ୱରରେ ପୀଡ଼ିତ ଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଦୁର୍ବଳ ହୋଇପଡିବାରୁ ସୋମବାର ପରିବାର ଲୋକେ ଝିଅକୁ ଡାକ୍ତରଖାନା ନେବାକୁ ବାହାରିଥିଲେ। ମାତ୍ର ଲୁଲ୍ଲାଠାରୁ କୁଦାଲଅଟାଲ ଗ୍ରାମକୁ ରାସ୍ତା ନ ଥିବାରୁ ଗ୍ରାମକୁ ୧୦୮ ଆମ୍ବୁଲାନ୍ସ ଆସି ନ ପାରି ଲୁଲ୍ଲା ଛକରେ ଅପେକ୍ଷା କରିଥିଲା।

ପରିବାର ଲୋକେ ଭାରରେ ଘାଣ୍ଟ୍ରାଗୁଡା ଗ୍ରାମ ଦେଇ ପ୍ରବାହିତ ହେଉଥିବା ବଡ଼ଝୋ ନଦୀ ପାର କରାଇ ଲୁଲ୍ଲା ଛକ ଯାଏ ବୋହି ଆଣି ସେଠାରେ ଅପେକ୍ଷାରତ ଆମ୍ବୁଲାନ୍ସରେ ଦଶମନ୍ତପୁର ଡାକ୍ତରଖାନା ଆଣିଥିଲେ। ଏବେ ଅନିତା ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। କୁଦାଲଅଟାଲ ଗ୍ରାମରେ ୮୦ ପରିବାର ବସବାସ କରନ୍ତି। ଗ୍ରାମକୁ ଲୁଲ୍ଲାଛକରୁ ରାସ୍ତା ନ ଥିବାରୁ ଗ୍ରାମବାସୀ ଦୀର୍ଘ ବର୍ଷ ହେଲା ଦୁର୍ଦ୍ଦଶା ଭୋଗୁଛନ୍ତି। ସବୁବେଳେ ଯେକୌଣସି ରୋଗୀଙ୍କୁ ଏପରି ଭାରରେ ବୋହି ଡାକ୍ତରଖାନା ନେବାକୁ ପଡୁଛି ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି।

ଏନେଇ ଜିଲା ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ ସମୟରେ ଜନ ପ୍ରତିନିଧିମାନଙ୍କୁ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ ବୋଲି ସେମାନେ କହିଛନ୍ତି। ବଡ଼ଝୋ ନଦୀରେ ଏକ ପୋଲ ନିର୍ମାଣ କରି ଗ୍ରାମକୁ ପକ୍କା ରାସ୍ତା ନିର୍ମାଣ କରିବାକୁ ଗ୍ରାମର ଚୈତନ୍ୟ ମୁଦୁଲି, ଭିଙ୍ଗୁ ଦିଶାରୀ, ସାରିଆ ମୁଦୁଲିଙ୍କ ସମେତ ଅନ୍ୟମାନେ ଦାବି କରିଛନ୍ତି। ଏହା ନ ହେଲେ ଆଗାମୀ ଦିନରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri