ଗାଁକୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ: ୩ କି.ମି ବୁହାହେଲେ ପ୍ରସୂତି

ରାୟଗଡା,୧୨।୧(ଭାଗ୍ୟଶ୍ରୀ ମିଶ୍ର): ମା’ଙ୍କୁ ସମ୍ମାନ ନାରା ପ୍ରହସନ। ଦୁର୍ଗମରେ ପୁଣି ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ରାସ୍ତା ନ ଥିବାରୁ ଗାଁକୁ ପହଞ୍ଚି ପାରିଲା ନାହିଁ ଆମ୍ବୁଲାନ୍ସ। ଫଳରେ ବାଟରେ ପ୍ରସବ କଲେ ମହିଳା। ଏଭଳି ଏକ ଘଟିଛି କଲ୍ୟାଣସିଂହପୁରୁ ବ୍ଲକ ପାର୍ସାଲି ପଞ୍ଚାୟତର ଦୁର୍ଗମ ନିୟମଗିରି ପାହାଡରେ ଥିବା ଫାକେରି ଗ୍ରାମରେ।

ମିଳିଥିବା ସୂଚନା ମୁତାବକ, କଲ୍ୟାଣସିଂହପୁରୁ ବ୍ଲକ ପାର୍ସାଲି ପଞ୍ଚାୟତ ଦୁର୍ଗମ ଫାକେରି ଗ୍ରାମର ମିଶ୍ର ଶିକକାଙ୍କ ସ୍ତ୍ରୀ ହୁଣ୍ଡାଇ ସିକକାଙ୍କ ଶୁକ୍ରବାର ଗର୍ଭ ଯନ୍ତ୍ରଣା ହୋଇଥିଲା। ଏନେଇ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ହେଲେ ଗାଁକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ପହଞ୍ଚି ପାରି ନ ଥିଲା । ଏଭଳିସ୍ଥତିିରେ ହୁଣ୍ଡାଇ ଶିକକାଙ୍କ ଗର୍ଭ ଯନ୍ତ୍ରଣା ଅସହ୍ୟ ହେବାରୁ ପରିବାର ଲୋକଙ୍କ ସହ ଗ୍ରାମବାସୀ ତାଙ୍କୁ ଖଟିଆରେ ବୋହି ଆଣୁଥିଲେ। ହେଲେ ଗାଁ କିଛି ଦୁରରେ ସେ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ସେତିକିବେଳେ ଆମ୍ବୁଲାନ୍ସ କର୍ମଚାରୀ ଚାଲିଚାଲି ଯାଇ ଘଟଣା ସ୍ଥଳରେ ପହଞ୍ଚି ଥିଲେ। ପରେ ମହିଳାଙ୍କ ସହ ଶିଶୁଙ୍କୁ ୩କି.ମି ପର୍ଯ୍ୟନ୍ତ ବୋହି ଆମ୍ବୁଲାନ୍ସ ପାଖକୁ ଆଣିଥିଲେ। ପରେ ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଲ୍ୟାଣସିଂହପୁରୁ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ମା’ଙ୍କ ଅବସ୍ଥା ଠିକ୍‌ ଥିବାବେଳେ ନବଜାତ ଶିଶୁ କନ୍ୟାଙ୍କ ଓଜନ କମ୍‌ ଥିବାରୁ ଜିଲା ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଥିବା ଡାକ୍ତର ସତ୍ୟ ଦାସ ଏବଂ ପ୍ରମୋଦ ମିଶ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦…

ଯାତ୍ରା ମଝିରେ ଷ୍ଟେଜ୍‌ରେ ଗଳିପଡିଲେ ସାଇ, ରାତି ଅଧରେ ଗଲେ ମେଡିକାଲ

ଭୁବନେଶ୍ୱର,୬।୨: ଅସୁସ୍ଥ ହେଲେ ତୁଳସୀ ଗଣନାଟ୍ୟର ମୁଖ୍ୟ ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡା। ଅଧାରୁ ବନ୍ଦ ହେଲା ଯାତ୍ରା। ଯାତ୍ରା ଅଧାରୁ ସାଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି,…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri