ହେଉନି ବିଜେଡି ପ୍ରାର୍ଥୀ ଘୋଷଣା, ଆଶାୟୀ ଛଟପଟ

ବାଲେଶ୍ୱର, ୫।୪(ମାନସ ବିଶ୍ୱାଳ):ବାଲେଶ୍ୱର ଜିଲା ରେମୁଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ ନ ପାଇବାରୁ ଆଶାୟୀମାନେ ଆଶଙ୍କାରେ ରହି ଛଟପଟ ହେଉଛନ୍ତି। ଏସ୍‌ସି ବର୍ଗଙ୍କ ପାଇଁ ସଂରକ୍ଷିତ ଏହି ଆସନ ୨୦୦୯ରେ ପୁର୍ନଗଠନ ହୋଇଥିଲା। ସେତେବେଳେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ବିଜେଡିର ସୁଦର୍ଶନ ଜେନା ବିଜୟୀ ହୋଇ ପ୍ରଥମ ବିଧାୟକ ହୋଇଥିଲେ। ୨୦୧୪ରେ ଭାଜପା ପ୍ରାର୍ଥୀ ଗୋବିନ୍ଦ ଚନ୍ଦ୍ର ଦାସ ବାଜି ମାରିନେଇଥିବା ବେଳେ ୨୦୧୯ରେ ପୁଣି ବିଜେଡି ପ୍ରାର୍ଥୀ ସୁଧାଂଶୁ ଶେଖର ପରିଡ଼ା ବିଜୟୀ ହୋଇଥିଲେ। ଏହି ନିର୍ବାଚନ ମଣ୍ଡଳୀ ବାଲେଶ୍ୱର ସହରକୁ ଲାଗିଛି। ୨୦୨୪ ସୁଦ୍ଧା ସରକାରୀ ତଥ୍ୟ ଅନୁସାରେ ଏହି ନିର୍ବାଚନମଣ୍ଡଳୀରେ ପୁରୁଷ ଭୋଟରଙ୍କ ସଂଖ୍ୟା ୧ଲକ୍ଷ ୧୪ହଜାର ୬୯୯, ମହିଳାଙ୍କ ସଂଖ୍ୟା ୧ଲକ୍ଷ ୧୧ହଜାର ୨୫ ଓ ଅନ୍ୟାନ୍ୟ ୨୮ ଜଣଙ୍କ ସହ ମୋଟ୍‌ ୨ଲକ୍ଷ ୨୫ହଜାର ୭୫୨ଜଣ ଭୋଟର ଅଛନ୍ତି।
ତା’ର ପ୍ରାର୍ଥୀ ଭାବେ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ନାମ ଘୋଷଣା କରିଥିବା ବେଳେ ଅନ୍ୟ ଦୁଇ ପ୍ରମୁଖ ଦଳ ବିଜେଡି ଓ କଂଗ୍ରେସ ଅଦ୍ୟାବଧି ପ୍ରାର୍ଥୀ ଘୋଷଣା କରିନାହାନ୍ତି। ବିଜେଡିରେ ଆଶାୟୀଙ୍କ ସଂଖ୍ୟା ଏକାଧିକ ଥିବାବେଳେ କଂଗ୍ରେସକୁ ପ୍ରାର୍ଥୀ ଯୋଗାଡରେ ବିଳମ୍ବ ହେଉଥିବା ପାରିପାର୍ଶ୍ୱିକ ରାଜନୈତିକ ପରିସ୍ଥିତିରୁ ଜଣାପଡୁଛି। ବିଜେଡି ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଦଳରୁ ନିଲମ୍ବିତ ହେବା ପରେ ଏହି ଆସନ ପାଇଁ ଟିକେଟ ଆଶାୟୀଙ୍କ ସଂଖ୍ୟା ବଢ଼ି ଯାଇଛି। ସାମାଜିକ କର୍ମୀ ବଂଶୀଧର ଦଳେଇ, ଇଂ. ଦୀପକ ମଲ୍ଲିକ, ସମିତିସଭ୍ୟା ଶାନ୍ତା ଦାସ, ଯୁବନେତା ଚନ୍ଦନ ମଲ୍ଲିକ, ପ୍ରଫେସର ଶତ୍ରୁଘ୍ନ ମଲ୍ଲିକ, ଭାରତୀ ଦଣ୍ଡପାଟ ଟିକେଟ ଆଶାୟୀ ଥିବା ଚର୍ଚ୍ଚା ହେଉଛି। ବିଜେଡି ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ବସ୍ତା, ଜଳେଶ୍ୱର ଏବଂ ସୋର ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଭାଜପା ଜଳେଶ୍ୱର, ବାଲେଶ୍ୱର, ରେମୁଣା, ସୋର, ସିମୁଳିଆ ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଅନ୍ୟ ନିର୍ବାଚନମଣ୍ଡଳୀରେ ଟିକେଟ ଆଶାୟୀ ନେତାମାନେ ନାମ ଘୋଷଣାକୁ ନେଇ ଛଟପଟ ହେଉଥିବା ବେଳେ ସମର୍ଥକମାନେ ଟେନସନରେ ରହୁଥିବାର ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

ବିହାର ଅସଦାଚରଣ ମାମଲା: ୩ ଗିରଫ

ପାଟନା, ୨୨।୯: ବିହାରର ଜାମୁଇ ଜିଲାରେ ୧୦ମ ଶ୍ରେଣୀର ୨ଜଣ ଛାତ୍ରୀଛାତ୍ରଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାରେ ପୋଲିସ ୩ ଜଣ ନାବାଳକଙ୍କୁ ଗିରଫ କରିଛି।…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?