Posted inଜାତୀୟ

ହାଜତ ମୃତ୍ୟୁ ମାମଲାରେ ପୋଲିସ ଅଧିକାରୀଙ୍କୁ ମିଳିଲା ନାହିଁ ଜାମିନ

ହାଇଦ୍ରାବାଦ୍‌,୭।୯: ତାମିଲନାଡୁର ବାପା ଓ ପୁଅର ହାଜତ ମୃତ୍ୟୁ ମାମଲାରେ ସମ୍ପୃକ୍ତ ଦୁଇ ପୋଲିସ ଅଧିକାରୀଙ୍କୁ ଜାମିନ ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତାମିଲନାଡୁର ସଥନକୁଲମ ଥାନା ହାଜତରେ ପି ଜେୟାରାଜ ଓ ତାଙ୍କ ପୁଅ ଜେ ବେନ୍ନିକ୍ସ ଗତବର୍ଷ ଜୁନରେ ଦୀର୍ଘ ସମୟ ଧରି ପୋଲିସର ବର୍ବରତାରେ ପ୍ରାଣ ହରାଇଥିଲେ। ଜଷ୍ଟିସ ବୀନିତ ସରନ ଓ ଦୀପେଶ ମାହେଶ୍ୱରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଦୁଇ ପୋଲିସ ଅଧିକାରୀ ପି ରଘୁ ଗଣେଶ ଓ ଏସ୍‌ ଶ୍ରୀଧରଙ୍କୁ ଜାମିନ ଦେବାକୁ ମନା କରି ଦେଇଛନ୍ତି।

ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ୨୦୨୦ ଜୁନ ୧୯ ତାରିଖରେ ଧାର୍ଯ୍ୟ ସମୟ ଠାରୁ ଅଧିକ ସମୟ ମୋବାଇଲ ଦୋକାନ ଖୋଲା ରଖିବା ଅଭିଯୋଗରେ ଜୟେରାଜ ଓ ବେନ୍ନିକ୍ସଙ୍କୁ ଉଠାଇ ନେଇଥିଲା ପୋଲିସ। ଥାନା ହାଜତରେ ପୋଲିସର ନିର୍ଯାତନା କାରଣରୁ ୨୨ ତାରିଖରେ ସେମାନଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାର ତଦନ୍ତ ଭାର ସିବିଆଇକୁ ଦେଇଥିଲେ ରାଜ୍ୟ ସରକାର।

ଦୀର୍ଘ ୬ ଘଣ୍ଟା ଧରି ପୋଲିସ ନିର୍ଯାତନା ଯୋଗୁ ଉଭୟ ପୀଡ଼ିତ ଗୁରୁତର ହୋଇ ପଡ଼ିଥିଲେ। ଯାହା ଫଳରେ ସେମାନଙ୍କ ମୃତ୍ୟୁ ଘଟିଥିବା ଚାର୍ଜଶିଟ୍‌ରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଦର୍ଶାଇଥିଲା। ଚାର୍ଜଶିଟ୍‌ରେ ୯ ପୋଲିସ ଅଧିକାରୀଙ୍କ ନାମ ଉଲ୍ଲେଖ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri