Posted inଖେଳ

ଗାବା ଟେଷ୍ଟରେ କାମ ଦେଉନି ନୋ-ବଲ ଟେକ୍‌ନୋଲୋଜି

ବ୍ରିସବେନ,୯।୧୨: ଆଶେସ ସିରିଜ୍‌ର ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନ ୧୩ତମ ଓଭରରେ ଅଷ୍ଟ୍ରେଲିଆନ ଓପନର ଡେଭିଡ୍‌ ଓ୍ବାର୍ନରଙ୍କୁ ଆଉଟ୍‌ କରିଥିଲେ ଇଂଲଣ୍ଡ ଅଲରାଉଣ୍ଡର ବେନ ଷ୍ଟୋକ୍ସ। ମାତ୍ର ଏହି କ୍ଷେତ୍ରରେ ଫିଲ୍ଡ ଅମ୍ପାୟର ସାହାଯ୍ୟ ମାଗିବା ପରେ ଏହାକୁ ଓଭର ଷ୍ଟେପ ନୋ ବଲ ଦର୍ଶାଇଥିଲେ ଟିଭି ଅମ୍ପାୟର।

ପରେ ପ୍ରସାରଣକାରୀ ଚ୍ୟାନେଲ ସେଭେନ ରିପ୍ଲେରୁ ଜାଣିବାକୁ ପାଇଥିଲା ଯେ, ଷ୍ଟୋକ୍ସ ତାଙ୍କର ପ୍ରଥମ ୫ ଓଭରରେ ୧୪ ଥର ଓଭର ଷ୍ଟେପ କରିଥିଲେ। ଏଥିରୁ ମାତ୍ର ୨ ଥର ନୋ ବଲ ଦର୍ଶାଇଥିଲେ ଫିଲ୍ଡ ଅମ୍ପାୟର। ଏଭଳି ତ୍ରୁଟି ପଛର କାରଣ ଥିଲା, ଖେଳ ଆରମ୍ଭ ହେବା ପୂର୍ବରୁ ପ୍ରତ୍ୟେକ ଥର ବୋଲରଙ୍କ ଫ୍ରଣ୍ଟ ଫୁଟ୍‌ ଲାଣ୍ଡିଂକୁ ମନିଟର କରୁଥିବା ଟେକ୍‌ନୋଲୋଜି ଖରାପ ହୋଇଯାଇଥିଲା। ଏଭଳି ପରିସ୍ଥିତି ଯୋଗୁ ଗାବା ଟେଷ୍ଟ ପୁରୁଣା ନିୟମରେ ଖେଳାଯାଉଛି। ଏହି ନିୟମ ଅନୁଯାୟୀ, ବୋଲରଙ୍କୁ ଯେଉଁ ବଲରେ ଉଇକେଟ ମିଳିବ କେବଳ ସେହି ବଲର ଯାଞ୍ଚ କରାଯିବ ତୃତୀୟ ଅମ୍ପାୟର।

ପ୍ରତ୍ୟେକ ବଲରେ ବୋଲରଙ୍କ ଫ୍ରଣ୍ଟ ଫୁଟ୍‌ ନୋ ବଲ ଯାଞ୍ଚ କରିବା ପାଇଁ ୨୦୧୯ ଡିସେମ୍ବରରେ ଆଇସିସି ପରୀକ୍ଷାମୂଳକ ଭାବେ ଏହି ଟେକ୍‌ନୋଲୋଜି ବ୍ୟବହାର କରିଥିଲା। ଗତବର୍ଷ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ୍‌ରୁ ଏହି ଟେକ୍‌ନୋଲୋଜି ନିୟମିତ ଭାବେ ବ୍ୟବହାର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ନିକ୍‌ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ…

ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍‌ନିକ୍‌ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍‌ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩...

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri