Posted inଖେଳ

ଗାବା ଟେଷ୍ଟରେ କାମ ଦେଉନି ନୋ-ବଲ ଟେକ୍‌ନୋଲୋଜି

ବ୍ରିସବେନ,୯।୧୨: ଆଶେସ ସିରିଜ୍‌ର ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନ ୧୩ତମ ଓଭରରେ ଅଷ୍ଟ୍ରେଲିଆନ ଓପନର ଡେଭିଡ୍‌ ଓ୍ବାର୍ନରଙ୍କୁ ଆଉଟ୍‌ କରିଥିଲେ ଇଂଲଣ୍ଡ ଅଲରାଉଣ୍ଡର ବେନ ଷ୍ଟୋକ୍ସ। ମାତ୍ର ଏହି କ୍ଷେତ୍ରରେ ଫିଲ୍ଡ ଅମ୍ପାୟର ସାହାଯ୍ୟ ମାଗିବା ପରେ ଏହାକୁ ଓଭର ଷ୍ଟେପ ନୋ ବଲ ଦର୍ଶାଇଥିଲେ ଟିଭି ଅମ୍ପାୟର।

ପରେ ପ୍ରସାରଣକାରୀ ଚ୍ୟାନେଲ ସେଭେନ ରିପ୍ଲେରୁ ଜାଣିବାକୁ ପାଇଥିଲା ଯେ, ଷ୍ଟୋକ୍ସ ତାଙ୍କର ପ୍ରଥମ ୫ ଓଭରରେ ୧୪ ଥର ଓଭର ଷ୍ଟେପ କରିଥିଲେ। ଏଥିରୁ ମାତ୍ର ୨ ଥର ନୋ ବଲ ଦର୍ଶାଇଥିଲେ ଫିଲ୍ଡ ଅମ୍ପାୟର। ଏଭଳି ତ୍ରୁଟି ପଛର କାରଣ ଥିଲା, ଖେଳ ଆରମ୍ଭ ହେବା ପୂର୍ବରୁ ପ୍ରତ୍ୟେକ ଥର ବୋଲରଙ୍କ ଫ୍ରଣ୍ଟ ଫୁଟ୍‌ ଲାଣ୍ଡିଂକୁ ମନିଟର କରୁଥିବା ଟେକ୍‌ନୋଲୋଜି ଖରାପ ହୋଇଯାଇଥିଲା। ଏଭଳି ପରିସ୍ଥିତି ଯୋଗୁ ଗାବା ଟେଷ୍ଟ ପୁରୁଣା ନିୟମରେ ଖେଳାଯାଉଛି। ଏହି ନିୟମ ଅନୁଯାୟୀ, ବୋଲରଙ୍କୁ ଯେଉଁ ବଲରେ ଉଇକେଟ ମିଳିବ କେବଳ ସେହି ବଲର ଯାଞ୍ଚ କରାଯିବ ତୃତୀୟ ଅମ୍ପାୟର।

ପ୍ରତ୍ୟେକ ବଲରେ ବୋଲରଙ୍କ ଫ୍ରଣ୍ଟ ଫୁଟ୍‌ ନୋ ବଲ ଯାଞ୍ଚ କରିବା ପାଇଁ ୨୦୧୯ ଡିସେମ୍ବରରେ ଆଇସିସି ପରୀକ୍ଷାମୂଳକ ଭାବେ ଏହି ଟେକ୍‌ନୋଲୋଜି ବ୍ୟବହାର କରିଥିଲା। ଗତବର୍ଷ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ୍‌ରୁ ଏହି ଟେକ୍‌ନୋଲୋଜି ନିୟମିତ ଭାବେ ବ୍ୟବହାର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri