Posted inଜାତୀୟ

ଜ୍ଞାନବାପିରେ ପୂଜାପାଠ ଉପରେ ଲାଗିବନି କୌଣସି ରୋକୋ: ହାଇକୋର୍ଟ

ବାରାଣସୀ,୨ା୨: ଜ୍ଞାନବାପି ମସ୍‌ଜିଦ୍‌ର ବେସମେଣ୍ଟରେ ପୂଜା ଆରମ୍ଭ କରିବାକୁ ବାରାଣସୀ କୋର୍ଟଙ୍କ ଆଦେଶ ବିରୋଧରେ ମୁସ୍‌ଲିମ୍‌ ପକ୍ଷର ଆବେଦନ ଉପରେ ଶୁକ୍ରବାର ଆହ୍ଲାବାଦ ହାଇକୋର୍ଟରେ ଶୁଣାଣି ହୋଇଥିଲା। ଏହି ସମୟ ମଧ୍ୟରେ ହାଇକୋର୍ଟ ପୂଜା ଉପରେ ପ୍ରତିବନ୍ଧକ ଲଗାଇବାକୁ ମନା କରିଦେଇଥିଲେ ଏବଂ ପରବର୍ତ୍ତୀ ଶୁଣାଣି ପାଇଁ ଫେବୃଆରୀ ୬କୁ ସ୍ଥିର କରାଯାଇଛି। ଆଡ୍‌ଭୋକେଟ ସୟଦ ଫରମାନ ଅହମ୍ମଦ ନାକଭି ମୁସଲମାନ ପକ୍ଷରୁ ଯୁକ୍ତି ଉପସ୍ଥାପନ କରିଥିଲେ।

ବାରାଣସୀ କୋର୍ଟ ଦେଇଥିବା ଆଦେଶ ପରେ ମସ୍‌ଜିଦ୍‌ର ବେସମେଣ୍ଟରେ ପୂଜା ଆରମ୍ଭ ହୋଇଛି। ମୁସଲମାନ ଦଳ କୋର୍ଟଙ୍କ ଆଦେଶ ବିରୋଧରେ ବିଳମ୍ବିତ ରାତିରେ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। ଯାହାକୁ ପ୍ରତ୍ୟାଖ୍ୟାନ କରାଯାଇଥିଲା। ହାଇକୋର୍ଟ ଯିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ହାଇକୋର୍ଟରେ ମୁସଲିମ ପକ୍ଷର ଓକିଲ କହିଛନ୍ତି, ‘ଜାନୁଆରୀ ୩୧ରେ ହୋଇଥିବା ଆଦେଶ ଯୋଗୁ ମୋତେ ତୁରନ୍ତ କୋର୍ଟକୁ ଆସିବାକୁ ପଡ଼ିଲା। ଜାନୁଆରୀ ୧୭ର ଆଦେଶକୁ ମଧ୍ୟ ଚ୍ୟାଲେଞ୍ଜ କରିବ ଜଷ୍ଟିସ୍‌ ରୋହିତ ରଞ୍ଜନ ଏହି ମାମଲାର ଶୁଣାଣି କରିଛନ୍ତି। ଏହି ସ୍ଥାନ ସଂରକ୍ଷଣ କରିବାକୁ ଜଜ୍‌ ୟୁପି ସରକାରଙ୍କୁ କହିଛନ୍ତି। ହିନ୍ଦୁ ଦଳର ଓକିଲ ବିଷ୍ଣୁଶଙ୍କର ଜୈନ ମୁସଲମାନ ଦଳର ଦାବିକୁ ବିରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri