କଳାପଟା ନାହିଁ, କବାଟରେ ଲେଖା ହେଲା ପ୍ରଶ୍ନ

ଧର୍ମଶାଳା,୭ା୧୨(ଡି.ଏନ୍‌.ଏ.): ବିଦ୍ୟାଳୟଗୁଡ଼ିକର ଭୂତ୍ତିଭୂମି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ୫-ଟି ମାଧ୍ୟମରେ ବିପୁଳ ଟଙ୍କା ବ୍ୟୟ କରିଚାଲିଛନ୍ତି। ହେଲେ ଯାଜପୁର ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଏହି ଜିଲାର ଧର୍ମଶାଳା ବ୍ଲକ ଅନ୍ତର୍ଗତ ଅଣ୍ଟିଆ ଗ୍ରାମରେ ଥିବା ୫-ଟି ରୂପାନ୍ତରରଣ ପଞ୍ଚାୟତ ହିଙ୍ଗୁଳା ସରକାରୀ ଉଚ୍ଚ ବିଦ୍ୟାଳୟରେ ସୋମବାର ପରି ମଙ୍ଗଳାବର ମଧ୍ୟ ପିଲାଙ୍କୁ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଯୋଗାଇ ଦିଆଯାଇନାହିଁ। ଫଳରେ ଶିକ୍ଷକଙ୍କ ଦ୍ୱାରା ବ୍ଲାକ୍‌ ବୋର୍ଡ ଓ ଶ୍ରେଣୀଗୃହ କବାଟରେ ଲେଖାଯାଇଥିବା ପ୍ରଶ୍ନକୁ ଦେଖି ପିଲା ଉତ୍ତର ଲେଖିଛନ୍ତି। ଉକ୍ତ ସ୍କୁଲର କେତେକ ଶ୍ରେଣୀଗୃହରେ କଳାପଟା ନ ଥିବାରୁ ଶ୍ରେଣୀଗୃହ କବାଟକୁ କଳାପଟା କରାଯାଇ ପ୍ରଶ୍ନ ଲେଖାଯାଇଛି, ଯାହାକି ଶିକ୍ଷା ବିଭାଗର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୂଚନା ମୁତାବକ, ସମଗ୍ର ଶିକ୍ଷା ଅଭିଯାନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଷାଣ୍ମାସିକ ପରୀକ୍ଷା ପାଇଁ ସ୍କୁଲ୍‌ଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ଏହିକ୍ରମରେ ଅଣ୍ଟିଆସ୍ଥିତ ପଞ୍ଚାୟତ ହିଙ୍ଗୁଳା ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ସୋମବାରଠାରୁ ପରୀକ୍ଷା ଆରମ୍ଭ ହୋଇଛି। ସୋମବାର ପ୍ରଥମ ଦିନ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଆସିଥିବା ବେଳେ ସ୍କୁଲ୍‌କୁ ପ୍ରଶ୍ନପତ୍ର ଆସି ନ ଥିଲା। ଫଳରେ ଏହାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଏ ସମ୍ପର୍କରେ ଅଭିଭାବକ ଜାଣିପାରି ସ୍କୁଲର ପ୍ରଧାନଶିକ୍ଷୟିତ୍ରୀଙ୍କ ଅବହେଳାକୁ ଦାୟୀ କରିଥିଲେ। ମାତ୍ର ଅନିବାର୍ଯ୍ୟ କାରଣ ଯୋଗୁ ପ୍ରଶ୍ନପତ୍ର ଆଣିବା ସମ୍ଭବପର ହୋଇ ନ ଥିବା ପ୍ରଧାନଶିକ୍ଷୟିତ୍ରୀ କହିଥିଲେ। ପରେ ଅଭିଭାବକ, ସ୍କୁଲ କମିଟି ସଦସ୍ୟ ଓ ଶିକ୍ଷକମାନଙ୍କ ସହିତ ଆଲୋଚନା କରାଯାଇ ଶ୍ରେଣୀଗୃହର କଳାପଟା ଓ ଶ୍ରେଣୀ କବାଟରେ ପ୍ରଶ୍ନ ଲେଖାଯାଇଥିଲା। ପରୀକ୍ଷାର୍ଥୀ ସେଠାରୁ ପ୍ରଶ୍ନ ଦେଖି ଉତ୍ତର ଲେଖିଥିଲେ। ତେବେ ୨ୟ ଦିନରେ ମଧ୍ୟ ସମାନ ଅବସ୍ଥା ହୋଇଥିବାରୁ ଅଭିଭାବକ ଓ ଛାତ୍ରୀଛାତ୍ରଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଏହି ସ୍ଥିତିରେ ସୁଧାର ଆଣିବା ପାଇଁ ଅଭିଭାବକମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ସରସ୍ବତୀ ପଣ୍ଡାଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ଉତ୍ତର ମିଳି ପାରିନାହିଁ। ସେହିପରି ବ୍ଲକ୍‌ ଶିକ୍ଷା ଅଧିକାରୀ ନିକୁଞ୍ଜ ବିହାରୀ ମହାନ୍ତିଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ କଲ୍‌ ରିସିଭ୍‌ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri