ପରୀର କୌଣସି ହାଡ଼ ନିଖୋଜ ନାହିଁ, ସରୋଜର ଗାମୁଛା ବଡ଼ ପ୍ରମାଣ ଦେବ: ବୋଥ୍ରା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ନୟାଗଡ଼ ଜିଲା ସଦର ଥାନା ଅଧୀନ ଯଦୁପୁର ଗାଁର ପରୀ ଅପହରଣ ଓ ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେବାରେ ଲାଗିଛି। ଏହି ମାମଲାରେ ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା ଗୁରୁବାର ବଡ଼ ସୂଚନା ଦେଇଛନ୍ତି। ଗଣମାଧ୍ୟମର ପରୀର ବାକି ହାଡ଼ କୁଆଡେ ଗଲା ପ୍ରଶ୍ନରେ ସେ କହିଛନ୍ତି, ପରୀର କୌଣସି ହାଡ଼ ଗାଏବ ହୋଇନାହିଁ। ପୋଷ୍ଟମର୍ଟମ ରିପୋର୍ଟରେ କୌଣସି ହାଡ଼ ମିଳି ନ ଥିବା କୁହାଯାଇନି। ବିଶେଷଜ୍ଞ ଡ଼ାକ୍ତରମାନେ ହାଡ଼ ମିଳି ନ ଥିବା ନେଇ କିଛି କହିନାହାନ୍ତି। ଦେହାବଶେଷ ମିଳିବା ପରେ ମୃତଦେହ ଚିହ୍ନଟ ପାଇଁ ଡିଏନ୍‌ଏ କରାଯାଇଥିଲା। ଡିଏନ୍‌ଏ ଟେଷ୍ଟ କରିବା ପାଇଁ ଡାକ୍ତରମାନେ କିଛି ହାଡ଼ ପଠାଇଥିଲେ ବୋଲି ସେ କହିଛନ୍ତି।

ଏହାଛଡ଼ା ଡଗ୍‌ ସ୍କ୍ବାଡ୍‌ କାହିଁକି ଗନ୍ଧ ବାରି ପାରିଲାନି ପ୍ରଶ୍ନରେ ବୋଥ୍ରା କହିଛନ୍ତି, ଡଗ୍‌ ସ୍କ୍ବାର୍ଡ ଏସ୍‌ଆଇଟି ବ୍ୟବହାର କରିନାହିଁ। ତା ବିଷୟରେ ପଚାରିଲେ ମୁଁ କିଛି କହିପାରିବି ନାହିଁ। ତେବେ ସରୋଜ ଘରୁ ମିଳିଥିବା ଗାମୁଛା ବଡ଼ ପ୍ରମାଣ ଦେବ। ପରୀକୁ ହତ୍ୟା କରିବା ପରେ ବୋହିଥିବା ରକ୍ତ ସରୋଜ ଗାମୁଛାରେ ପୋଛିଥିଲା। ଉକ୍ତ ଗାମୁଛା ସରୋଜର ଘରୁ ଜବତ କରାଯାଇଛି। ଘଟଣା ପରେ ଗାମୁଛାକୁ ସାବୁନରେ ଅନେକ ଥର ଧୁଆଯାଇଛି। ତେବେ ଯେତେ ଧୋଇଲେ ବି ରକ୍ତଦାଗ କିଛି ରହିଯାଇଥାଏ। ଆମେ ଉକ୍ତ ଗାମୁଛାକୁ ଟେଷ୍ଟିଂ ଲ୍ୟାବ୍‌କୁ ପଠାଇଛୁ। ପୋଖରୀରୁ ମିଳିଥିବା ଲେଗନ୍ସ ମଧ୍ୟ ଟେଷ୍ଟିଂ ଲ୍ୟାବ୍‌ ପଠାଯାଇଛି। ସେଥିରେ କିଛି ଦାଗ ଅଛି କି ନାହିଁ ପରୀକ୍ଷା କରାଯିବ। ଉଭୟ ଗାମୁଛା ଓ ଲେଗିଂସ ଆମକୁ ବଡ଼ ସହାୟତା ଦେବ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଏହି ଘଟଣାରେ ଯଦୁପୁର ଗାଁର ଜଣେ କଲେଜ ଛାତ୍ରଙ୍କୁ ଏସ୍‌ଆଇଟି ଗିରଫ କରିବା ପରେ କୋର୍ଟ ଚାଲାଣ କରିଥିଲା। ଏବେ ତାଙ୍କୁ ଏସ୍‌ଆଇଟି ରିମାଣ୍ଡରେ ନେଇଛି। ଅପରପକ୍ଷେ ରାଉତରାପୁର ପୋଖରୀରୁ ଲେଗିନ୍ସ ମିଳିବା ପରେ ଅଭିଯୁକ୍ତ ଛାତ୍ରଙ୍କ ପରିବାରର ବୟାନ ବଦଳିଯାଇଛି। ପୁଅକୁ ବଞ୍ଚାଇବାକୁ ସେମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri