ସଡ଼କ ଦୁର୍ଘଟଣାରେ ଲାଗୁନି ବ୍ରେକ୍‌

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ସଡ଼କ ଦୁର୍ଘଟଣାରେ ଚାଲିଯାଉଛି ବହୁମୂଲ୍ୟ ଜୀବନ। ଉଜୁଡ଼ିଯାଉଛି ଘରସଂସାର। ଅନାଥ ହୋଇଯାଉଛନ୍ତି ପରିବାର। ରାଜ୍ୟରେ ସଡ଼କ ଦୁର୍ଘଟଣା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ବେପରୁଆ ଗାଡ଼ିଚାଳନା, ଟ୍ରାଫିକ୍‌ ନିୟମ ଉଲ୍ଲଂଘନ, ମଦ୍ୟପାନ କରି ଗାଡ଼ି ଚଳାଇବା, ଉପଯୁକ୍ତ ତାଲିମ ନ ନେଇ ଗାଡ଼ି ଚଳାଇବା ଯୋଗୁ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ୨୬ ହଜାର ଲୋକ ଜୀବନ ହରାଇଛନ୍ତି। ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ନିକଟରେ ଶେଷ ହୋଇଥିବା ବିଧାନସଭାରେ ଭାଜପା ସଭ୍ୟ କୁସୁମ ଟେଟେଙ୍କ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି।
ମନ୍ତ୍ରୀ କହିଛନ୍ତି ଯେ ଗତ ୫ ବର୍ଷ(୨୦୧୮ରୁ ୨୦୨୨) ମଧ୍ୟରେ ରାଜ୍ୟରେ ୫୪,୭୯୦ ସଡ଼କ ଦୁର୍ଘଟଣା ଘଟିଛି। ସେଥିରେ ୨୫,୯୩୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୧,୮୭୩ ଆହତ ହୋଇଛନ୍ତି। ୨୦୧୮ରେ ରାଜ୍ୟରେ ୧୧,୨୬୨ ସଡ଼କ ଦୁର୍ଘଟଣାରେ ୫୩୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୧୯ରେ ୧୧ ହଜାର ୬୪ ସଡ଼କ ଦୁର୍ଘଟଣାରେ ୫୩୩୩ ଜଣଙ୍କର ମୃତ୍ୟୁ ହୋଇଛି। ତେବେ କୋଭିଡ୍‌ କଟକଣା ଯୋଗୁ ୨୦୨୦ରେ ଦୁର୍ଘଟଣା ଓ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଥିଲା। ଏହି ବର୍ଷ ୯୮୧୭ ଦୁର୍ଘଟଣାରେ ୪୭୩୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮୮୧୮ଜଣ ଆହତ ହୋଇଛନ୍ତି। କୋଭିଡ୍‌ କଟକଣା ଉଠିବା ପରେ ୨୦୨୧ରେ ପୁଣି ଦୁର୍ଘଟଣା ହାର ଉପରମୁହଁା ହୋଇଥିଲା। ଏହି ବର୍ଷ ରାଜ୍ୟରେ ୧୦,୯୮୪ ସଡ଼କ ଦୁର୍ଘଟଣା ଘଟି ୫ ହଜାର ୮୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୭୮୨ ଲୋକ ଗୁରୁତର ଭାବେ ଆହତ ହୋଇଥିଲେ। ସେହିପରି ୨୦୨୨ରେ ୧୧,୬୬୩ ସଡ଼କ ଦୁର୍ଘଟଣା ଘଟି ୫,୪୬୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦,୩୦୨ ଜଣ ଆହତ ହୋଇଛନ୍ତି।
ଏହି ସମୟରେ ସଡ଼କ ଦୁର୍ଘଟଣାକୁ କମାଇବା ପାଇଁ ସଚେତନତା ଓ ଅନ୍ୟାନ୍ୟ ବାବଦରେ ରାଜ୍ୟ ସରକାର ୭୯୨୧ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ଅଜଣା ଗାଡ଼ି ଧକ୍କାରେ ମୃତ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯାଉଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଜାତୀୟ ସ୍ତରରେ ପ୍ରତି ୧୦୦ ଦୁର୍ଘଟଣାରେ ୩୨ ଜଣ ପ୍ରାଣ ହରାଉଥିବା ବେଳେ ଓଡ଼ିଶାରେ ୪୭ ଜଣଙ୍କର ମୃତ୍ୟୁ ହେଉଛି। ୨୦୦୮ରୁ ୨୦୨୦ ମଧ୍ୟରେ ଦୁର୍ଘଟଣା ଯୋଗୁ ପ୍ରାୟ ୪୫ ହଜାର ଲୋକଙ୍କ ଜୀବନ ଯାଇଛି। ଦୁର୍ଘଟଣା ସମୟରେ ତୁରନ୍ତ ଚିକିତ୍ସା ମିଳିପାରୁ ନ ଥିବାରୁ ବହୁ ଲୋକଙ୍କ ମୃତ୍ୟୁ ହେଉଛି। ସେଥିପାଇଁ କଟକ ଓ ଭୁବନେଶ୍ୱର ସହରର କେତେକ ଘରୋଇ ହସ୍ପିଟାଲରେ ମାଗଣାରେ ଚିକିତ୍ସା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି। ଏହାଛଡ଼ା ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ହସ୍ପିଟାଲ ନେଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପ୍ରୋତ୍ସାହନ ରାଶି ଦେବାର ମଧ୍ୟ ବ୍ୟବସ୍ଥା ରହିଛି। ସାଧାରଣ ପରିବହନ ବ୍ୟବସ୍ଥା ପରିବର୍ତ୍ତେ ବ୍ୟକ୍ତିଗତ ଯାନବାହନ ଯୋଗୁ ରାସ୍ତାରେ ଟ୍ରାଫିକ୍‌ ସମସ୍ୟା ଦେଖାଦେବା ସହ ବେପରୁଆ ଗାଡ଼ିଚାଳନା ଯୋଗୁ ଅଧିକ ଦୁର୍ଘଟଣା ଘଟୁଥିବା ପରିବହନ ବିଭାଗର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?