ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ ରାଜପଥରେ ‘ଆମ ବସ’ ଗୁଡ଼ିକ ପାର୍କିଂ କରାଯାଉଛି। ଗ୍ରାମାଞ୍ଚଳର ଲୋକମାନଙ୍କୁ ସହଜରେ ବ୍ଲକ ଆସିବା ପାଇଁ ସରକାର ‘ଆମ ବସ’ ବ୍ୟବସ୍ଥା କରିଥିଲେ ହେଁ ଏହାର ପାର୍କିଂ ସ୍ଥାନ ପ୍ରତି କାହାର ନଜର ନାହିଁ। ବ୍ଲକ ଅଧୀନ ୩୧ଟି ପଞ୍ଚାୟତ ପାଇଁ ମୋଟ ୮ଟି ଆମ ବସ ଚାଲୁଥିବାବେଳେ ଆନନ୍ଦପୁର-ଭଦ୍ରକ ୫୩ ନଂ ରାଜ୍ୟ ରାଜପଥର ବ୍ଲକ ସମ୍ମୁଖରେ ଏହି ବସଗୁଡ଼ିକ ପାର୍କିଂ କରାଯାଉଛି।

ରାଜପଥରେ ବସ ପାର୍କିଂ କରାଯିବା ଯୋଗୁ ଅନେକ ସମୟରେ ନାନା ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଷ୍ଟାଣ୍ଡ ନଥିବାରୁ ଯାତ୍ରୀମାନେ ମଧ୍ୟ ଗାଡ଼ିକୁ ଅପେକ୍ଷା କରିବା ଓ ଘରକୁ ଫେରିବା କ୍ଷେତ୍ରରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି ସମୟରେ କେବଳ ବ୍ଲକ ପରିସରରେ ବସଗୁଡ଼ିକ ରହୁଥିଲେ ହେଁ ଦିନବେଳେ ସେଠାରେ ପାର୍କିଂ ପାଇଁ ସୁବିଧା ନାହିଁ ବୋଲି ହାଟଡିହୀ ବିଡ଼ିଓ ରଞ୍ଜନ ପରିଡ଼ା ପ୍ରକାଶ କରିଛନ୍ତି। ତେଣୁ ଏଭଳି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ପ୍ରଶାସନ ତୁରନ୍ତ ଦୃଷ୍ଟି ଦେବାକୁ ବିଭିନ୍ନ ମହଲରୁ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri