କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ମାମଲା: ପରିବାର ଅନୁମତି ନେଇ ନାଁ ସାର୍ବଜନୀନ କରିହେବ

କଟକ ଅଫିସ,୧୭।୭: କରୋନା ଆକ୍ରାନ୍ତଙ୍କ ନାମ ପ୍ରଘଟ ଉପରେ କଟକଣା ଜାରି କରିବା ପାଇଁ ରୁଜୁ ହୋଇଥିବା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ପରିବାର ବର୍ଗଙ୍କଠାରୁ ଅନୁମତି ନେଇ ଆକ୍ରାନ୍ତଙ୍କ ନାମ ସାର୍ବଜନୀନ କରାଯାଇପାରିବ ବୋଲି କୋର୍ଟ କହିଛନ୍ତି। ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଏବଂ ବିଚାରପତି ଜଷ୍ଟିସ୍‌ ଶତ୍ରୁଘ୍ନ ପୂଜାହାରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇ ମାମଲାର ଅନ୍ତ ଘଟାଇଛନ୍ତି।
ମାମଲା ଅନୁଯାୟୀ, କେନ୍ଦ୍ରାପଡ଼ା ଜିଲାର ୧୩ ଜଣ କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ହେବା ସହ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହୋଇଥିଲା। ଏନେଇ ଅନଙ୍ଗ ଓତା ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ଆଇସିଏମ୍‌ଆର୍‌ଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ କରୋନା ସଂକ୍ରମିତଙ୍କ ପରିଚୟ ଗୋପନ ରହିବ। ତାଙ୍କ ନାମ, ଠିକଣା କିମ୍ବା ବୟସ ସହ ଅନ୍ୟ କୌଣସି ତଥ୍ୟ ପ୍ରଘଟ ହେବନାହିଁ। ଥରେ ଆକ୍ରାନ୍ତଙ୍କ ନାମ ପ୍ରଘଟ ହେଲେ ସାମାଜିକ ବାସନ୍ଦ ହେବାର ଆଶଙ୍କା ରହୁଛି। ତେଣୁ କେନ୍ଦ୍ରାପଡ଼ା ଜିଲାରେ ଯେଉଁମାନେ କରୋନା ଆକ୍ରାନ୍ତଙ୍କ ନାମ ପ୍ରଘଟ କରିଛନ୍ତି, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ନିବେଦନ କରିଥିଲେ ଆବେଦନକାରୀ। ହାଇକୋର୍ଟ ମାମଲାର ଶୁଣାଣି କରି ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ସରକାର କହିଥିଲେ। ଅନ୍ୟପକ୍ଷରେ କେହି କରୋନା ଆକ୍ରାନ୍ତ ହେଲେ କିମ୍ବା ସେଥିରେ ତାଙ୍କର ମୃତ୍ୟୁ ହେଲେ, ପରିବାରର ଅନୁମତି ନେଇ ନାମ ପ୍ରଘଟ କରାଯାଇପାରିବ। ଏଦିଗରେ ଗଣମାଧ୍ୟମ ସଂସ୍ଥା ସୂଚାରୁ ରୂପେ ଦାୟିତ୍ୱ ତୁଲାଇବାକୁ କୁହାଯାଇଛି। ଜନସାଧାରଣ ମଧ୍ୟ ଆକ୍ରାନ୍ତଙ୍କ ପ୍ରତି ସକାରାତ୍ମକ ମନୋଭାବ ଦେଖାଇବା ଆବଶ୍ୟକ ବୋଲି କୋର୍ଟ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri