କେନାଲ ନାହିଁ, ଜଳକର ଦାବିକୁ ବିରୋଧ

କେନ୍ଦ୍ରାପଡ଼ା ଅଫିସ,୧୭ା୧୧: କେନ୍ଦ୍ରାପଡ଼ା ତହସିଲ ଅନ୍ତର୍ଗତ ଦୋବନ୍ଧା, ସୋବଳା, ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ଚନ୍ଦନପୁର, ନୀଳକଣ୍ଠପୁର, ତମାଳଶାସନ, ଅରୁଆ, କେଶପୁର ଆଦି ଜମିକୁ ଏ ପର୍ଯ୍ୟନ୍ତ ଜଳସେଚନ ପାଇଁ କେନାଲ ନାହିଁ। ତେବେ ରାଜସ୍ବ ବିଭାଗ ଏହି ଅଞ୍ଚଳର ଅଧିବାସୀଙ୍କଠାରୁ ଜଳକର ଦାବି କରୁଛନ୍ତି। ଏହାକୁ ସ୍ଥାନୀୟ ଗ୍ରାମବାସୀ ବିରୋଧ କରିବା ସହିତ କେନାଲ ଖନନ ଅଥବା ଜଳକର ଉଚ୍ଛେଦ ଦାବି କରିଛନ୍ତି।
ଏ ସମ୍ପର୍କରେ ସ୍ଥାନୀୟ ଅଞ୍ଚଳର ରଞ୍ଜନ କୁମାର ସାହୁ, ପାରେଶ୍ୱର ସାମଲ, ଛତିଶ କୁମାର ପରିଡା, ପ୍ରଫୁଲ୍ଲ କୁମାର ପରିଡା ପ୍ରମୁଖ କହିଛନ୍ତି, ଏହି ମାମଲାର ତଦନ୍ତ ହୋଇ କାର୍ଯ୍ୟାନୁଷ୍ଠାନ ନ ହେଲେ ଚାଷୀ ଆନ୍ଦୋଳନ କରାଯିବ ା ସେମାନେ କହିଛନ୍ତି, ଦୀର୍ଘଦିନ ହେବ ରାଜସ୍ବ ବିଭାଗ ପକ୍ଷରୁ ଏହି ଅଞ୍ଚଳର କ୍ଷେତକୁ ଜଳକର ଦେବା ପାଇଁ କର ଧାର୍ଯ୍ୟ ହୋଇଛି। ଏହାକୁ ନେଇ ଆପତ୍ତି ପରେ ୧୯୯୭ ଜୁଲାଇ ୨୨ରେ ଚିଠି ନଂ. ୩୩୨୮୪ରେ ଜିଲାପାଳ ତଦନ୍ତ କରିବା ପାଇଁ ସୁପାରିସ ହୋଇଥିଲା। ସେହିବର୍ଷ ଅଗଷ୍ଟ ୪ରେ ତତ୍କାଳୀନ ଜିଲାପାଳ ଚିଠି ନଂ. ୯୩୫୪ରେ ପଟ୍ଟାମୁଣ୍ଡାଇ ତହସିଲଦାରଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତହସିଲଦାର ଏ ନେଇ ପ୍ରକୃତ ଯାଞ୍ଚ ନ କରିବାରୁ ୧୯୯୮ରେ ଚାଷୀମାନେ ଖାଉଟି ଅଦାଲତର ଦ୍ୱାରସ୍ଥ ହୋଇଥିଲେ। ଅଦାଲତ ପକ୍ଷରୁ କ୍ଷେତକୁ ଜଳସେଚନ ନ କରିବା ପର୍ଯ୍ୟନ୍ତ ଜଳକର ନ ନେବା ପାଇଁ ପରାମର୍ଶ ଦେଇଥିଲେ। ସେବେଠାରୁ ଗ୍ରାମବାସୀ କେବଳ ଭୂମିକର ଦେଇ ଆସୁଛନ୍ତି। ଏବେ ଛାତ୍ରୀଛାତ୍ରଙ୍କ ଉଚ୍ଚ ଶିକ୍ଷା ପାଇଁ ଆବଶ୍ୟକ ପ୍ରମାଣପତ୍ର ସଂଗ୍ରହ ସମୟରେ ରାଜସ୍ବ ବିଭାଗ ବକେୟା ଜଳକର ଦାବି କରୁଛନ୍ତି। ଜଳକର ନ ଦେଲେ ଜାତି ଓ ଅନ୍ୟାନ୍ୟ ପ୍ରମାଣପତ୍ର ଯୋଗାଇ ଦିଆଯାଉନାହିଁ। ଯାହା ଅନ୍ୟାୟ ବୋଲି ସେମାନେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଉପଜିଲାପାଳ ନିରଞ୍ଜନ ବେହେରାଙ୍କୁ ପଚାରିବାରେ ଘଟଣା ସମ୍ପର୍କରେ ଅନୁଧ୍ୟାନ ହେବ। ତୁରନ୍ତ ଏ ନେଇ ରାଜସ୍ବ ବିଭାଗ ତଦନ୍ତ କରି ଆବଶ୍ୟକ ପ୍ରମାଣପତ୍ର ଯୋଗାଇବା ବ୍ୟବସ୍ଥା କରିବ। ଏଥିସହ ଜଳସେଚନ ସମସ୍ୟା ଦୂର ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri