୨୦୨୦ରେ ହେବନି ଜନଗଣନା

ନୂଆଦିଲ୍ଲୀ, ୩୧।୮(ପି.ଟି.): ଜନଗଣନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସମେତ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ସଂଶୋଧନ କାର୍ଯ୍ୟ ଚଳିତ ବର୍ଷ ହେବାକୁ ସ୍ଥିର ହୋଇଥିଲା। ତେବେ କରୋନା ମହାମାରୀ ଯୋଗୁ ଏହା ବିଳମ୍ବିତ ହୋଇଛି। ମହାମାରୀ କମିବାର ନଁା ନେଉ ନ ଥିବାରୁ ଉପରୋକ୍ତ କାର୍ଯ୍ୟ ଗୋଟିଏ ବର୍ଷ ବିଳମ୍ବ ହୋଇପାରେ ବୋଲି ଆଶଙ୍କା କରାଯାଉଛି।
ଭାରତର ଜନଗଣନା ହେଉଛି ବିଶ୍ୱର ଅନ୍ୟତମ ସର୍ବବୃହତ୍‌ ପ୍ରଶାସନିକ ଓ ପରିସଂଖ୍ୟାନ କାର୍ଯ୍ୟ। ଏଥିରେ ୩୦ ଲକ୍ଷରୁ ଅଧିକ କର୍ମଚାରୀ ନିୟୋଜିତ ହୋଇଥାନ୍ତି। ସେମାନେ ସାରା ଦେଶରେ ଘରକୁ ଘର ଯାଇ ତଥ୍ୟ ସଂଗ୍ରହ କରିଥାନ୍ତି। ଏବେ ଜନଗଣନା ଜରୁରୀ ନୁହେଁ। ଏଥିରେ ବର୍ଷେ ବିଳମ୍ବ ହେଲେ କିଛି କ୍ଷତି ନାହିଁ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ୨୦୨୧ ଜନଗଣନାର ପ୍ରଥମ ପର୍ଯ୍ୟାୟ ଏବଂ ଏନ୍‌ପିଆର୍‌ ସଂଶୋଧନ କାର୍ଯ୍ୟ କେବେଠାରୁ ଆରମ୍ଭ ହେବ ସେନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇନାହିଁ। ତେବେ ଏହା ଏକପ୍ରକାର ନିଶ୍ଚିତ ଯେ, କରୋନା ଯୋଗୁ ଚଳିତ ବର୍ଷ ଉକ୍ତ କାର୍ଯ୍ୟ ଆରମ୍ଭ ହୋଇପାରିବ ନାହିଁ।
ସୂଚନାଯୋଗ୍ୟ ଜନଗଣନା ପାଇଁ ଗୃହଗଣନା କାର୍ଯ୍ୟ ଚଳିତ ବର୍ଷ ଏପ୍ରିଲ ୧ରୁ ସେପ୍ଟେମ୍ବର ୩୦ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବାବେଳେ କରୋନା ଯୋଗୁ ଏହାକୁ ସ୍ଥଗିତ ରଖାଯାଇଛି। ସେହିପରି ଜନଗଣନା କାର୍ଯ୍ୟ ୨୦୨୧ ମାର୍ଚ୍ଚ ୧ରୁ ଆରମ୍ଭ ହୋଇଥାନ୍ତା। ତୁଷାରପାତ ହେଉଥିବା ଜମ୍ମୁ-କଶ୍ମୀର, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡରେ ଚଳିତ ବର୍ଷ ଅକ୍ଟୋବର ୧ରୁ ଜନଗଣନା ଆରମ୍ଭ କରିବାକୁ ସ୍ଥିର ହୋଇଥିଲା। ଲକ୍ଷ ଲକ୍ଷ କର୍ମଚାରୀ ଘରକୁ ଘର ଯାଇ ତଥ୍ୟ ସଂଗ୍ରହ କରିବାରେ ସ୍ବାସ୍ଥ୍ୟ ପ୍ରତି ବିପଦ ରହିଥିବା ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ବାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ବାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?