ଅଧ୍ୟକ୍ଷ ଶୂନ୍ୟ ମାନବାଧିକାର କମିଶନ

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆରସି) ଅଧ୍ୟକ୍ଷ ଶୂନ୍ୟ ହୋଇଛି। ପୂର୍ବତନ ଅଧ୍ୟକ୍ଷ ଜଷ୍ଟିସ୍‌ ବି.କେ. ପଟେଲଙ୍କ କାର୍ଯ୍ୟକାଳ ଜାନୁୟାରୀ ୨୨ରେ ଶେଷ ହେବା ପରେ ଏହି ପଦବୀ ଖାଲିପଡ଼ିଛି। ଏବେ କମିଶନରେ ଜଣେମାତ୍ର ସଦସ୍ୟ ଜଷ୍ଟିସ୍‌ ରଘୁବୀର ଦାସ ରହିଛନ୍ତି। ଅଧ୍ୟକ୍ଷଙ୍କ କାର୍ଯ୍ୟକାଳ ଶେଷହେବା ପରେ ନୂତନ ଅଧ୍ୟକ୍ଷ ନିଯୁକ୍ତି ପର୍ଯ୍ୟନ୍ତ କାହାରିକୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇନାହିଁ। ଫଳରେ ମାନବାଧିକାର କମିଶନରେ କୌଣସି ନୂତନ ମାମଲା ଗ୍ରହଣ କରାଯାଇ ପାରୁନାହିଁ। ତୁରନ୍ତ ଅଧ୍ୟକ୍ଷ ପଦବୀ ପୂରଣ ନ ହେଲେ ମାମଲା ଶୁଣାଣି ନେଇ ସମସ୍ୟା ହେବ ବୋଲି ମାନବାଧିକାର କର୍ମୀମାନେ ଆଶଙ୍କା କରିଛନ୍ତି। ମିଳିଥିବା ସୂଚନା ମୁତାବକ ଅଧ୍ୟକ୍ଷ ଚୟନ କମିଟି ବୈଠକ ମଙ୍ଗଳବାର ଅପରାହ୍ନରେ ବସିବାର ଥିଲା। ତେବେ ଏହାକୁ ପରବର୍ତ୍ତୀ ସମୟକୁ ଘୁଞ୍ଚାଇ ଦିଆଯାଇଛି।
ଏଠାରେ ସୂଚନାଯୋଗ୍ୟ ଯେ ମାନବାଧିକାର କମିଶନରେ ଜଣେ ଅଧ୍ୟକ୍ଷଙ୍କ ବ୍ୟତୀତ ୨ ଜଣ ସଦସ୍ୟଙ୍କୁ ସରକାର ନିଯୁକ୍ତି ଦେଇଥାଆନ୍ତି। ସଦସ୍ୟ ଜଷ୍ଟିସ ଅସୀମ ଅମିତାଭ ଦାସଙ୍କ କାର୍ଯ୍ୟକାଳ ୨୦୨୨ ଅଗଷ୍ଟ ମାସରୁ ଶେଷ ହୋଇଛି। ସେବେଠାରୁ ଏହି ପଦବୀ ଖାଲି ପଡ଼ିଥିଲେ ମଧ୍ୟ ତାହାକୁ ପୂରଣ କରାଯାଇନାହିଁ। ମାନବାଧିକାର କମିଶନରେ କେବଳ ଜଣେ ସଦସ୍ୟ ରହିଛନ୍ତି।
ବୈଠକ ନେଇ କୌଣସି ସୂଚନା ଦିଆଯାଇ ନାହିଁ ବୋଲି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି। ସେ କହିଛନ୍ତି ଯେ ତାଙ୍କୁ ବୈଠକରେ ଯୋଗଦେବାକୁ କୁହାଯାଇଥିଲା। ବିରୋଧୀ ଦଳରୁ ଏକମାତ୍ର ସଦସ୍ୟ ହୋଇଥିଲେ ମଧ୍ୟ ତାଙ୍କ କଥାର ଗୁରୁତ୍ୱ ରହୁ ନାହିଁ। ଚୟନ କମିଟି ବୈଠକରେ ଯୋଗଦେବାର ମାନେ କ’ଣ। ସରକାର ଯାହାଙ୍କୁ ଚାହିଁବେ ତାଙ୍କୁ ଅଧ୍ୟକ୍ଷ ପଦବୀରେ ବସାଇ ଦେବେ। ଆମ ଉପସ୍ଥିତିର କୌଣସି ଗୁରୁତ୍ୱ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri