ଜେଲେନସ୍କିଙ୍କୁ ହତ୍ୟା କରିବା ଛଡା ଅନ୍ୟ କିଛି ବିକଳ୍ପ ନାହିଁ: ଧମକ ଦେଲା ରୁଷିଆ…

ମସ୍କୋ,୪।୫ : ରୁଷିଆ ରାଷ୍ଟ୍ରପତିଙ୍କ ସରକାରୀ ବାସଭବନ କ୍ରେମଲିନ ଉପରେ ଡ୍ରୋନ ଆକ୍ରମଣ ପରେ ରୁଷି ଅତ୍ୟନ୍ତ କ୍ରୋଧିତ ହୋଇଛି। ରୁଷିଆର ପୂର୍ବତନ ରାଷ୍ଟ୍ରପତି ଦିମିତ୍ରୀ ମେଡଭେଡେଭ ୟୁକ୍ରେନ ଉପରେ ଏତେ ରାଗିଛନ୍ତି, ସେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ହତ୍ୟା କରିବାକୁ ଧମକ ଦେଇଛନ୍ତି। ରୁଷିଆର ପୂର୍ବତନ ରାଷ୍ଟ୍ରପତି ତଥା ଭ୍ଲାଦିମିର ପୁଟିନଙ୍କ ନିକଟବର୍ତ୍ତୀ ଦିମିତ୍ରୀ ମେଡଭେଡେଭ କହିଛନ୍ତି,ଆଜିର ଆତଙ୍କବାଦୀ ଆକ୍ରମଣ ପରେ ଆମର କୌଣସି ବିକଳ୍ପ ବାକି ନାହିଁ ଏବଂ ବର୍ତ୍ତମାନ ଜେଲେନସ୍କିଙ୍କୁ ହତ୍ୟା କରିବାକୁ ପଡ଼ିବ।

ବୁଧବାର ରୁଷିଆ ଅଭିଯୋଗ କରିଛି , ୟୁକ୍ରେନ ଭ୍ଲାଦିମିର ପୁଟିନଙ୍କ ବାସଭବନ କ୍ରେମଲିନ ଉପରେ ଡ୍ରୋନ ଆକ୍ରମଣ କରିଥିଲା। ତେବେ ଏହି ଆକ୍ରମଣରେ କୌଣସି କ୍ଷୟକ୍ଷତିର ଖବର ନାହିଁ। ତେବେ ୟୁକ୍ରେନ ରୁଷିଆ ଅଭିଯୋଗକୁ ଅସ୍ବୀକାର କରି କହିଛି ମସ୍କୋ ଏହି ଆକ୍ରମଣ ଯୋଜନା କରିଛି।

କ୍ରେମଲିନ ଉପରେ ଆକ୍ରମଣ ପରେ ରୁଷିଆ ଏକ ବିବୃତ୍ତି ଜାରି କରି କହିଛି କିଭ ସରକାର ରୁଷିଆ ଫେଡେରେଶନର ରାଷ୍ଟ୍ରପତିଙ୍କ ବାସଭବନ କ୍ରେମଲିନ ଉପରେ ଡ୍ରୋନ ଆକ୍ରମଣ କରିଛନ୍ତି। ଦୁଇଟି ଡ୍ରୋନ କ୍ରେମଲିନକୁ ଟାର୍ଗେଟ କରି ଆକ୍ରମଣ କରିଥିଲା। ତଥାପି ଡିଭାଇସ ଅକ୍ଷମ କରାଯାଇଥିଲା। ରୁଷିଆ ଅଭିଯୋଗ କରିଛି, ଏହି ଆକ୍ରମଣର ଲକ୍ଷ୍ୟ ହେଉଛି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri