ଚାରମାଳରେ ବଡ଼ଠାକୁର ପଡ଼ିଯିବା ଘଟଣା: ତଦନ୍ତ ଲାଗି ଗଠନ ହୋଇନାହିଁ କମିଟି

ପୁରୀ,୨୯ା୭: ପୁଣି ଭକ୍ତଙ୍କ ଭାବାବେଗ ସହିତ ଖେଳ। ଆଡ଼ପ ମଣ୍ଡପକୁ ପହଣ୍ଡି ବେଳେ ବଡ଼ଠାକୁର ଚାରମାଳ ଉପରେ ପଡ଼ିଯିବା ଘଟଣା ଦେଶ ଦୁନିଆର ଅଗଣିତ ଶ୍ରଦ୍ଧାଳୁଙ୍କ ମନରେ କଷ୍ଟ ଦେଇଥିଲା। ଘଟଣାର ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ ନିର୍ଦ୍ଦେଶ ଦେଇଥିଲେ।

ଏହି ସ୍ପର୍ଶକାତର ଘଟଣା ସମ୍ପର୍କରେ ନୀଳାଦ୍ରି ବିଜେଠାରୁ ୧୦ ଦିନ ମଧ୍ୟରେ ୩ଜଣିଆ ଟିମ୍ ରିପୋର୍ଟ ପ୍ରଦାନ କରିବାକୁ କୁହାଯାଇଥିଲା। ଅର୍ଥାତ ସୋମ‌ବାର ତଦନ୍ତ ରିପୋର୍ଟ ମୁଖ୍ୟ ପ୍ରଶାସକଙ୍କ ନିକଟରେ ପହଞ୍ଚିବା କଥା। କିନ୍ତୁ ବଡ଼ ଦୁଃଖର ବିଷୟ ଏ ପର୍ଯ୍ୟନ୍ତ ୩ଜଣିଆ କମିଟି ଗଠନ ହୋଇପାରିନାହିଁ। କମିଟି ଗଠନ ଲାଗି ପ୍ରକ୍ରିୟା ଜାରି ରହିଛି ବୋଲି କହିଛନ୍ତି ଶ୍ରୀମନ୍ଦିର ଅଧିକାରୀ।

ଅଧିକାରୀ ସୂଚନା ଦେଇଛନ୍ତି, କମିଟି ଗଠନ ଲାଗି ଜିଲାପାଳ ଓ ଏସ୍‌ପିଙ୍କୁ ଚିଠି କରାଯାଇଛି। ଜିଲାପାଳ, ଜଣେ ଅତିରିକ୍ତ ଜିଲାପାଳ ଓ ଏସ୍‌ପି, ଜଣେ ଅତିରିକ୍ତ ଏସ୍‌ପିଙ୍କ ନାମ ସୁପାରିସ କରିବା ପରେ କମିଟି ଗଠନ ହେବ। କମିଟିରେ ଶ୍ରୀମନ୍ଦିର ନୀତି ପ୍ରଶାସକ ରହିବେ। ପୂର୍ଣାଙ୍ଗ କମିଟି ଗଠନ ହେବା ପରେ ତଦନ୍ତ କରାଯାଇ ରିପୋର୍ଟ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ପ୍ରଦାନ କରାଯିବ।

ତେବେ ଆଜି ପର୍ଯ୍ୟନ୍ତ ଠାକୁରଙ୍କ ଘଟଣାର ତଦନ୍ତ ପ୍ରକ୍ରିୟାକୁ ଅନ୍ଧାରରେ ରଖିଛି ପ୍ରଶାସନ। ସବୁଠାରୁ ବଡ଼ କଥା ଅଗଣିତ ଶ୍ରଦ୍ଧାଳୁ ଓ ଓ ଜଗନ୍ନାଥପ୍ରେମୀଙ୍କ ଭାବାବେଗ ସହ ଖେଳା ଯାଉଛି। ଠାକୁରଙ୍କ କୁରଙ୍କ ତଳେ ପଡ଼ିଯିବା ଘଟଣାକୁ ନେଇ ସମସ୍ତଙ୍କ ମନରେ ଉଦ୍‌ବେଗ ରହିଥିବା ବେଳେ ପ୍ରଶାସନ ଏପର୍ଯ୍ୟନ୍ତ ନିରବ ରହିବା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଠାକୁର ପଡିଯିବା ଘଟଣାକୁ ଶ୍ରୀମନ୍ଦିର ପ୍ରଶାସନ ଖାମଖିଆଲ ଭାବେ ନେଉଥିବା ଅଭିଯୋଗ ହେଉଥିବା ବେଳେ ଏହା ଅନେକଙ୍କୁ ବ୍ୟଥିତ କରିଛି। ତେଣୁ କେବେ କମିଟି ଗଠନ ହୋଇ ତଦନ୍ତ ରିପୋର୍ଟ ପ୍ରଦାନ କରୁଛି ତାହା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri