ବାଲଡ଼ା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ପ୍ରସଙ୍ଗ ଅନାସ୍ଥା ବୈଠକ କରିବାକୁ ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୨୭ା୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ବାଲଡ଼ା ପଞ୍ଚାୟତ ସରପଞ୍ଚ ବିକ୍ରମ ସୀସାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ବୈଠକ ଶୀଘ୍ର କରିବାକୁ ଓ୍ବାର୍ଡସଭ୍ୟମାନେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ ଦାବିପତ୍ର ଶୁକ୍ରବାର ପ୍ରଦାନ କରିଛନ୍ତି। ଜିଲାପାଳ ବାଲଡ଼ା ପଞ୍ଚାୟତ ଖଡାପୁଟସ୍ଥିତ କଫି ପ୍ରୋସେଶିଂ ୟୁନିଟ ପରିଦର୍ଶନ କରୁଥିବା ବେଳେ ୱାର୍ଡସଭ୍ୟମାନେ ଭେଟିଥିଲେ। ୧୫ା୧୦ା୨୦୨୫ରେ ୧୧ ୱାର୍ଡ ବିଶିଷ୍ଟ ବାଲଡ଼ା ପଞ୍ଚାୟତର ୮ ୱାର୍ଡ ସଭ୍ୟ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ଦୁଇ ଦୁଇ ଥର ୱାର୍ଡ ସଭ୍ୟମାନଙ୍କ ଦସ୍ତଖତ ଯାଞ୍ଚ ହୋଇଥିଲା। ଅନାସ୍ଥା ପ୍ରସ୍ତାବ ପାଇଁ ଆବଶ୍ୟକ ଭୋଟ ଗ୍ରହଣ ବୈଠକ ପାଇଁ ୨୭ା୨ା୨୦୨୬ଦିନ ନିର୍ଦ୍ଧାରିତ ହୋଇଥିଲା। କିନ୍ତୁ ପଞ୍ଚାୟତରେ ଆଇନ ଶୃଙ୍ଖଳା ପରିସ୍ଥିତି ଜଟିଳ ଦର୍ଶାଇ କୋରାପୁଟ ଉପଜିଲାପାଳ ତା.୨୫ା୨ା୨୦୨୬ରେ ବୈଠକକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହା ପଞ୍ଚାୟତିରାଜ ଧାରା ଓ ନିୟମ ବିରୋଧୀ ବୋଲି ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ସପ୍ତାହକ ମଧ୍ୟରେ ଅନାସ୍ଥା ବୈଠକ କରିବାକୁ ଅନୁରୋଧ କରାଯାଇଛି। ନଚେତ୍‌ ସମସ୍ତ ୱାର୍ଡସଭ୍ୟ ମିଶି ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇବୁ ବୋଲି ଚେତାବନୀ ଦେଇଛନ୍ତି। ଅଭିଯୋଗ ଶୁଣି ଶୀଘ୍ର ଅନାସ୍ଥା ବୈଠକ କରାଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି। ଏହି ସମୟରେ ୱାର୍ଡସଭ୍ୟ ବଇଦେହି ଖିଲ, ପାର୍ବତୀ ଆର୍ଲାବ, ରାମା ସୀସା, ଆଦୁ ଖିଲ, ଚକ୍ରଧର ଖରା, ମୁନା ଜାନମ ଓ ରୁକ୍ମଣୀ ହନ୍ତାଳ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ, ସବୁ ଜିଲାପାଳଙ୍କୁ ରାଜସ୍ବ ସଚିବଙ୍କ ଚିଠି

ଭୁବନେଶ୍ୱର,୨୧।୭(ସୁନିତ୍‌ ମିଶ୍ର): ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳ ଗୁଡ଼ିକ ନାମର ସଂଶୋଧିତ ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବା…

ପଶ୍ଚିମବଙ୍ଗ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ ହେବ

କୋଲକାତା, ୨୧ା୭: ପଶ୍ଚିମବଙ୍ଗ ସରକାର ଆସନ୍ତା ସେପ୍ଟେମ୍ବର ୧ରୁ ସମସ୍ତ ପ୍ରଶାସନିକ କାର୍ଯ୍ୟରେ ବଙ୍ଗଳା ଭାଷାକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri