ରାୟଗଡ଼ା ପୌର ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପ୍ରସଙ୍ଗ: ହାଇକୋର୍ଟରେ ଖାରଜ ହେଲା ଶୁଭ୍ରାଙ୍କ ମାମଲା, ଫଳାଫଳ ଘୋଷଣା ପରେ…

ରାୟଗଡ଼ା,୨୫।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସ୍ତାବ ପ୍ରସଙ୍ଗରେ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡା କରିଥିବା ରିଟ୍‌ ପିଟିସନ ମାମଲାକୁ ହାଇକୋର୍ଟ ବିଚାରପତି ଆର୍‌.କେ.ପଟ୍ଟନାୟକ ଖାରଜ କରି ଦେଇଛନ୍ତି । ଏନେଇ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଉକ୍ତ ରାୟରେ କାଉନସିଲରମାନେ ବୈଠକ କରି ସେଠାରେ ରିଜଲୁସନ କରି ନିଷ୍ପତ୍ତି ଗ୍ରହଣ ହୋଇଥିଲା ଏବଂ ଏନେଇ ବିଧିବଦ୍ଧ ଭାବେ ନୋଟିସ ଜାରି ହୋଇଥିଲା । ଏଥିରେ କୌଣସି ପ୍ରକାର ଅନିୟମିତତା ହୋଇନାହିଁ ବୋଲି ଜଷ୍ଟିସ ପଟ୍ଟନାୟକ ନିଜ ରାୟରେ ଉଲେଖ କରିଛନ୍ତି।

ଏନେଇ ଉପଜିଲାପାଳ ରମେଶ ଜେନାଙ୍କୁ ପଚାରିବାରୁ ହାଇକୋର୍ଟ ନିର୍ଦ୍ଦେଶନାମା ହସ୍ତଗତ ହେବା ପରେ ଫଳାଫଳ ବିଧିବଦ୍ଧ ଭାବେ ଘୋଷଣା କରାଯାଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି। ଏହି ମାମଲା ୨୩ ତାରିଖରେ ଖାରଜ ହେବା ପରେ ଅନାସ୍ଥା ପ୍ରସ୍ତାବ ଦେଇଥିବା କାଉନସିଲରମାନେ ବାଣ ଫୁଟାଇ ପରସ୍ପରଙ୍କୁ ମିଷ୍ଟାନ୍ନ ଖୁଆଇ ବିଜୟ ଉତ୍ସବ ପାଳନ କରିଥିଲେ ।

ପ୍ରକାଶ ଥାଉକି, ରାଜ୍ୟ ସଭା ପୂର୍ବତନ ଏମ୍‌ପି ଏନ୍‌.ଭାସ୍କର ରାଓ, ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା, ଜିଲା ପରିଷଦ ପୂର୍ବତନ ଅଧ୍ୟକ୍ଷ ଗଙ୍ଗାଧର ପୁଆଲାଙ୍କ ସମେତ ବ୍ଲକ ଅଧ୍ୟକ୍ଷ, ଅଧ୍ୟକ୍ଷା, ରାୟଗଡ଼ା ପୌର ପରିଷଦର ୧୯ଜଣ କାଉନସିଲର ଏକକାଳୀନ ଦଳ ଛାଡ଼ିଥିଲେ । ଏହାପରେ ରାୟଗଡ଼ା ପୌର ପରିଷଦର ୨୪ଜଣ କାଉନସିଲରଙ୍କ ମଧ୍ୟରୁ ବିଜେଡ଼ିର ୧୯ଜଣ କାଉନସିଲର କାର୍ଯ୍ୟରେ ଅସହଯୋଗ ଓ ମନମୁଖୀ କାର୍ଯ୍ୟକଳାପ ନେଇ ପୌର ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ । ଏନେଇ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ଦେଇଥିଲେ । ଏହାପରେ ବିଧିବଦ୍ଧ ଭାବେ ପ୍ରକ୍ରିୟା କରାଯାଇ ଅକ୍ଟୋବର ୯ ତାରିଖରେ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ ହୋଇଥିଲା । ଏଥିରେ ବିଜେ ୨୦ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟିଂ କରିଥିବା ନେଇ ଚର୍ଚ୍ଚା ହୋଇଥିଲା ।

ତେବେ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ଦ୍ୱାରା ହାଇକୋର୍ଟରେ ଅନାସ୍ଥା ବିରୋଧରେ ଡବ୍ଲ୍ୟୁପି(ସି) ୨୮୫୧୫ରେ ହୋଇଥିବା ଆବେଦନ ପ୍ରକାରେ ଉକ୍ତ ଦିନ ହାଇକୋର୍ଟ ବିଚାରପତି ମାମଲା ବିଚାରଣା ନହେବା ଯାଏ ଫଳାଫଳ ପ୍ରକାଶ ନ କରିବା ପାଇଁ ରାୟ ପ୍ରକାଶ କରିଥିଲେ । ଏହାପରେ ଏହି ମାମଲାର ଶୁଣାଣି ଶେଷ ହୋଇଥିଲେ ହେଁ ରାୟ ସଂରକ୍ଷିତ ରହିଥିଲା । ଯାହା ସୋମବାର ପ୍ରକାଶ ପାଇଥିବା ନେଇ କାଉନସିଲରମାନଙ୍କୁ ତାଙ୍କ ଆଇନଜୀବୀ ସୂଚନା ଦେଇଥିବା କାଉନସିଲରମାନେ ପ୍ରକାଶ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri