ଏନଏସି ଉପାଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୯ ଜଣ କାଉନସିଲର

ଜି.ଉଦୟଗିରି,୨୬।୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘଙ୍କ ବିରୋଧରେ ୯ ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ମଙ୍ଗଳବାର ଅତିରିକ୍ତ ଜିଲାପାଳ ଅଶୋକ କୁମାର ଭୋଇଙ୍କ ମାଧ୍ୟମରେ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ପରିଷଦର ୬ ଜଣ ବିଜେଡି ଓ ୩ ଜଣ ଭାଜପା ସମୁଦାୟ ୯ ଜଣ ସଭ୍ୟସଭ୍ୟା ଲିଖିତ ଭାବେ ଅନାସ୍ଥା ପ୍ରସ୍ତାବ ଆଗତ ନିମନ୍ତେ ଦରଖାସ୍ତ ପ୍ରଦାନ କରିଥିବା ସୂଚନା ମିଳିଛି ।

ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନରେ ବିଜୁ ଜନତା ଦଳ ତରଫରୁ ଶ୍ରୀ ବାଘ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହେବା ପରଠାରୁ ତାଙ୍କ ମନମୁଖି କାର୍ଯ୍ୟକଳାପ କରି ଆସୁଥିବା ନେଇ ପରିଷଦର ଅଧ୍ୟକ୍ଷା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଅବଗତ କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳି ନ ଥିବା କହିଛନ୍ତି ସଭ୍ୟସଭ୍ୟା। ପୂର୍ବତନ ଅଧ୍ୟକ୍ଷା ସ୍ବର୍ଗତଃ ଭାନୁପ୍ରଭା ମିଶ୍ରଙ୍କ ଦେହାନ୍ତ ପରଠାରୁ ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘଙ୍କୁ ପରିଷଦର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଥିଲା I ସେହି ସମୟ ଠାରୁ ଆଜି ପର୍ଯ୍ୟନ୍ତ ବିଭିନ୍ନ ସରକାରୀ ତଥା ଅଞ୍ଚଳର ବିକାଶମୂଳକ କାର୍ଯ୍ୟକ୍ରମକୁ ନିଜ ମନମୁତାବକ କାର୍ଯ୍ୟ କରୁଥିବା ନେଇ ସଭ୍ୟସଭ୍ୟାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ଯାହାକୁ ନେଇ ବହୁ ବାର ପରିଷଦ ବୈଠକ ବର୍ଜନ କରିଥିବା ବେଳେ ଆଜି ୯ ଜଣ କାଉନସିଲର ଯଥା ପି.ସଞ୍ଜୀବ କୁମାର ପାତ୍ର, ଯାକେଶ କୁମାର ପ୍ରଧାନ, କୁନ୍ତିମା ମଲ୍ଲିକ, ଲକ୍ଷ୍ମୀପ୍ରିୟା ପରିଛା, ଭାରତୀ ବେହେରା,ଲିପିକା ପ୍ରଧାନ, ସଂଗୀତ ନାୟକ,ନିଶାରାଣୀ ନାୟକ ଓ ଦୀପକ କୁମାର ନାୟକ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଅତିରିକ୍ତ ଜିଲାପାଳଙ୍କୁ ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ନିମନ୍ତେ ଲିଖିତ ଦରଖାସ୍ତ ଦେଇଥିବା ନେଇ ଜି.ଉଦୟଗିରି ଜି. ଉଦୟଗିରି ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri