ଏନଏସି ଉପାଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୯ ଜଣ କାଉନସିଲର

ଜି.ଉଦୟଗିରି,୨୬।୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘଙ୍କ ବିରୋଧରେ ୯ ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ମଙ୍ଗଳବାର ଅତିରିକ୍ତ ଜିଲାପାଳ ଅଶୋକ କୁମାର ଭୋଇଙ୍କ ମାଧ୍ୟମରେ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ପରିଷଦର ୬ ଜଣ ବିଜେଡି ଓ ୩ ଜଣ ଭାଜପା ସମୁଦାୟ ୯ ଜଣ ସଭ୍ୟସଭ୍ୟା ଲିଖିତ ଭାବେ ଅନାସ୍ଥା ପ୍ରସ୍ତାବ ଆଗତ ନିମନ୍ତେ ଦରଖାସ୍ତ ପ୍ରଦାନ କରିଥିବା ସୂଚନା ମିଳିଛି ।

ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନରେ ବିଜୁ ଜନତା ଦଳ ତରଫରୁ ଶ୍ରୀ ବାଘ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହେବା ପରଠାରୁ ତାଙ୍କ ମନମୁଖି କାର୍ଯ୍ୟକଳାପ କରି ଆସୁଥିବା ନେଇ ପରିଷଦର ଅଧ୍ୟକ୍ଷା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଅବଗତ କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳି ନ ଥିବା କହିଛନ୍ତି ସଭ୍ୟସଭ୍ୟା। ପୂର୍ବତନ ଅଧ୍ୟକ୍ଷା ସ୍ବର୍ଗତଃ ଭାନୁପ୍ରଭା ମିଶ୍ରଙ୍କ ଦେହାନ୍ତ ପରଠାରୁ ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘଙ୍କୁ ପରିଷଦର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଥିଲା I ସେହି ସମୟ ଠାରୁ ଆଜି ପର୍ଯ୍ୟନ୍ତ ବିଭିନ୍ନ ସରକାରୀ ତଥା ଅଞ୍ଚଳର ବିକାଶମୂଳକ କାର୍ଯ୍ୟକ୍ରମକୁ ନିଜ ମନମୁତାବକ କାର୍ଯ୍ୟ କରୁଥିବା ନେଇ ସଭ୍ୟସଭ୍ୟାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ଯାହାକୁ ନେଇ ବହୁ ବାର ପରିଷଦ ବୈଠକ ବର୍ଜନ କରିଥିବା ବେଳେ ଆଜି ୯ ଜଣ କାଉନସିଲର ଯଥା ପି.ସଞ୍ଜୀବ କୁମାର ପାତ୍ର, ଯାକେଶ କୁମାର ପ୍ରଧାନ, କୁନ୍ତିମା ମଲ୍ଲିକ, ଲକ୍ଷ୍ମୀପ୍ରିୟା ପରିଛା, ଭାରତୀ ବେହେରା,ଲିପିକା ପ୍ରଧାନ, ସଂଗୀତ ନାୟକ,ନିଶାରାଣୀ ନାୟକ ଓ ଦୀପକ କୁମାର ନାୟକ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଅତିରିକ୍ତ ଜିଲାପାଳଙ୍କୁ ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ନିମନ୍ତେ ଲିଖିତ ଦରଖାସ୍ତ ଦେଇଥିବା ନେଇ ଜି.ଉଦୟଗିରି ଜି. ଉଦୟଗିରି ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି I


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri