ଇମ୍ରାନ୍‌ଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ

ଇସ୍‌ଲାମାବାଦ,୨୮।୩: ପାକିସ୍ତାନ ବିରୋଧୀ ଦଳ ନେତା ତଥା ପିଏମ୍‌ଏଲ୍‌-ଏନ୍‌ ଅଧ୍ୟକ୍ଷ ଶେହବାଜ ଶରିଫ୍‌ ସୋମବାର ନ୍ୟାଶନାଲ ଆସେମ୍ବ୍ଲିରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କରିଛନ୍ତି। ୨୦୧୮ରେ ଇମ୍ରାନ୍‌ କ୍ଷମତାକୁ ଆସିବା ପରେ ସବୁଠୁ କଠିନ ରାଜନୈତିକ ପରୀକ୍ଷାର ସମ୍ମୁଖୀନ ହୋଇଛନ୍ତି। ଦୁଇଦିନର ବିରତି ପରେ ସୋମବାର ପାର୍ଲାମେଣ୍ଟର ବହୁପ୍ରତୀକ୍ଷିତ ଅଧିବେଶନ ଆରମ୍ଭ ହୋଇଥିଲା। ପ୍ରସ୍ତାବ ସପକ୍ଷରେ କେଉଁମାନେ ଅଛନ୍ତି ଛିଡ଼ା ହେବାକୁ ଉପବାଚସ୍ପତି କାସିମ ଖାନ୍‌ ସୁରୀ କହିଥିଲେ। ପ୍ରଥମେ ଶରିଫ୍‌ ଅନାସ୍ଥା ପ୍ରସ୍ତାବ ଆଣିବା ଲାଗି ଅନୁମତି ଦେବାକୁ ଗୃହରେ ପ୍ରସ୍ତାବ ରଖିଥିଲେ। ଏହା ସପକ୍ଷରେ ୧୬୧ ଭୋଟ ମିଳିବା ପରେ ଅନାସ୍ଥା ପ୍ରସ୍ତାବ ଆଗତ କରାଯାଇଥିଲା। ୩ରୁ ୭ ଦିନ ମଧ୍ୟରେ ପ୍ରସ୍ତାବ ଉପରେ ଭୋଟ ବ୍ୟବସ୍ଥା ରହିଥିବାରୁ ସୁରୀ ମାର୍ଚ୍ଚ ୩୧ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖାଯାଇଛି। ୩୧ ଅପରାହ୍ନରେ ଗୃହରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ମତଦାନ କରାଯିବ। ଇମ୍ରାନ୍‌ କ୍ଷମତାରେ ରହିବାକୁ ହେଲେ ୩୪୨ ସଦସ୍ୟ ବିଶିଷ୍ଟ ନ୍ୟାଶନାଲ ଆସେମ୍ବ୍ଲିରେ ଅନାସ୍ଥା ପ୍ରସ୍ତାବ ବିରୋଧରେ ୧୭୨ ଭୋଟ ଆବଶ୍ୟକ। ତେବେ ତାଙ୍କ ସହଯୋଗୀ ଦଳଗୁଡ଼ିକର ୨୩ ସଦସ୍ୟ ସମର୍ଥନ ଦେବେ କି ନାହିଁ ସ୍ପଷ୍ଟ କରୁନାହାନ୍ତି। ଏତଦ୍‌ବ୍ୟତୀତ ଶାସକ ଦଳ ତେହରିକ୍‌-ଇ-ଇନ୍‌ସାଫ୍‌ର ଦୁଇ ଡଜନ ସଦସ୍ୟ ଇମ୍ରାନ୍‌ଙ୍କୁ ବିରୋଧ କରୁଥିବାରୁ ରାଜନୈତିକ ଅନିଶ୍ଚିତତା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri