କାଉନସିଲରଙ୍କ ଆଗରେ ହାର ମାନିଲା ଲୋକଙ୍କ ଜନମତ: ନିର୍ବାଚନ ସମୟକୁ ନେଇ ଭାଜପା,ବିଜେଡି କର୍ମୀ ମୁହାଁମୁହିଁ

ଭବାନୀପାଟଣା,୨୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସିରେ ମଙ୍ଗଳବାର ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲଙ୍କ ବିପକ୍ଷରେ ବିଜେଡିର ୧୦ କାଉନସିଲର ଭୋଟ୍‌ ଦେଇଥିଲେ ବୋଲି ଉପାଧ୍ୟକ୍ଷା ହିମାଦ୍ରୀ ନାଏକ ପ୍ରକାଶ କରିଛନ୍ତି। ତେବେ ଧାର୍ଯ୍ୟ ସମୟ ମଧ୍ୟରେ ଏହି ଅନାସ୍ଥା ଭୋଟ ଗ୍ରହଣ କରାଯାଇନଥିବା ଅଭିଯୋଗ ଆଣି ଭାଜପାର ୨ କାଉନସିଲର ଅସନ୍ତୋଷ ହୋଇ କକ୍ଷ ତ୍ୟାଗ କରିଥିଲେ। ଏପରିକି ଏହି ଘଟଣାକୁ ନେଇ ଭାଜପା ଓ ବିଜେଡି କର୍ମୀ ଏନଏସି ଅଫିସ ସମ୍ମୁଖରେ ପାଟିତୁଣ୍ଡ କରିବା ସହ ମୁହାଁମୁହିଁ ହୋଇଥିଲେ। ପରେ ପୋଲିସ ପ୍ରଶାସନ୍ ର ଆୟତ୍ବ ପରେ ପରିସ୍ଥିତି ସ୍ୱଭାଭିକ ହୋଇଥିଲା। ନିର୍ବାଚନର ପରିଚାଳନା ଦାୟିତ୍ବ ଜିଲାପରିଷଦ ଅତିରିକ୍ତ ଉନ୍ନୟନ ଅଧିକାରୀ ଦିଲ୍ଲୀପ ମହାରଣା ତୁଲାଇଥିଲେ। ରାସ୍ତାରୋକ ଯୋଗୁ ଅନ୍ୟପଟେ ବୁଲିକି ଆସିବା ଯୋଗୁ ବିଳମ୍ବ ହେଲା ବୋଲି ଜିଲାପରିଷଦ ଅତିରିକ୍ତ ଉନ୍ନୟନ ଅଧିକାରୀ ମହାରଣା ପ୍ରକାଶ କରିଥିଲେ।

ଅନ୍ୟପଟେ,ଅନାସ୍ଥା ପ୍ରସ୍ତାବରେ ଭାଜପା ନଗରପାଳ ହାରିବା ପରେ ବିଜେଡି କାଉନସିଲରମାନେ ବାଣ ଫୁଟାଇ ସ୍ଥାନୀୟ ଏନଏସି ଆଗରେ ଖୁସି ଜାହିର କରିଛନ୍ତି। ପ୍ରକାଶ ଯେ,୧୨ଟି ୱାର୍ଡ ବିଶିଷ୍ଟ ଜୁନାଗଡ଼ ଏନଏସିରେ ବିଜେଡିର ୧୦ ଜଣ କାଉନସିଲର ରହିଛନ୍ତି । ଭାଜପାର ମୁକେଶ ଅଗ୍ରୱାଲ ଏଠାରେ ନଗରପାଳ ଭାବେ ନିର୍ବାଚିତ ହୋଇଥିଲେ । ନଗରପାଳ ଅଗ୍ରୱାଲଙ୍କ କାର୍ଯ୍ୟରେ ଅସନ୍ତୋଷ ବ୍ୟକ୍ତ କରି ଗତ ଜୁଲାଇ ୧୬ ତାରିଖରେ ଜିଲାପାଳଙ୍କୁ ଭେଟି ନଗରପାଳଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କରିଥିଲେ ବିଜେଡି କାଉନସିଲ । ପ୍ରଥମେ ଅଗଷ୍ଟ ୧ ତାରିଖରେ ଅନାସ୍ଥା ଭୋଟ କରିବାକୁ ଜିଲାପାଳ ବିଜ୍ଞପ୍ତି ପ୍ରକାଶ କରିଥିଲେ । ଉକ୍ତ ଦିନ ୧୧ଟା ବେଳେ ସବୁ ପ୍ରସ୍ତୁତି ହୋଇଥିବାବେଳେ ନିର୍ବାଚନ ଅଧିକାରୀ ଦାୟିତ୍ବରେ ଥିବା ଅତିରିକ୍ତ ଜିଲାପାଳ ତ୍ରିଲୋଚନ ପାତ୍ର ସ୍ୱାସ୍ଥ୍ୟବସ୍ଥା ଖରାପ କାରଣରୁ ଏନଏସିକୁ ଆସି ପାରିନଥିଲେ।। ପରେ ଅଗଷ୍ଟ ୯ ତାରିଖରେ ଅନାସ୍ଥା ଭୋଟ ହେବାକୁ ଧାର୍ଯ୍ଯ ହୋଇଥିଲେ ମଧ୍ଯ ଉକ୍ତ ଦିନ ମଧ୍ୟ ନିର୍ବାଚନ ଅଧିକାରୀ ଦାୟିତ୍ବ ତୁଲାଉ ଥିବା ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ କଳାହାଣ୍ଡି ଜିଲାପାଳ ଦାୟିତ୍ବରେ ଥିବାରୁ ଏନଏସିକୁ ଆସିନଥିଲେ। ୨ ଥର ଅନାସ୍ଥା ଭୋଟ ବାତିଲ କୁ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା । ମାମଲାର ବିଚାର କରି ମଙ୍ଗଳବାର ୨୭ ତାରିଖରେ ଅନାସ୍ଥା ଭୋଟ କରିବାକୁ ହାଇକୋର୍ଟ ଜିଲାପାଳକୁ ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ବିଜେଡି କାଉନସିଲରମାନେ ମଧ୍ୟ ଜିଲାପାଳଙ୍କୁ ସାକ୍ଷାତ କରି ହାଇକୋର୍ଟଙ୍କ ଏହି ନିର୍ଦ୍ଦେଶନାମା ପ୍ରଦାନ କରିଥିଲେ। ଯାହାଫଳରେ ମଙ୍ଗଳବାର ଅନାସ୍ଥା ଭୋଟ ଗ୍ରହଣ ହୋଇଥିଲା। ଅନ୍ୟପଟେ,ସିଧାସଳଖ ଲୋକଙ୍କ ଦ୍ୱାରା ନିର୍ବାଚିତ ହୋଇଥିବା ନଗରପାଳ ମୁକେଶ ଅଗ୍ରୱାଲ ଶେଷରେ ୧୦ ଜଣ କାଉନସିଲରଙ୍କ ଦ୍ୱାରା ଅନାସ୍ଥା ଭୋଟରେ ହାରି ନିଜ ପଦ ହରାଇଛନ୍ତି। କାଉନସିଲରଙ୍କ ଆଗରେ ଲୋକଙ୍କ ଜନମତ ହାରିମାନିଥିବା ସାଧାରଣ ରେ ଏବେ ଚର୍ଚ୍ଚା ହେଉଛି। ଗତ ୧୨ ତାରିଖ ଭବାନୀପାଟଣା ପୌରଧ୍ୟକ୍ଷା ସଂଯୁକ୍ତା ବେହେରା ମଧ୍ୟ ସ୍ଥାନୀୟ ସମସ୍ତ କାଉନସିଲରଙ୍କ ଦ୍ଵାରା ଅନାସ୍ଥା ଭୋଟରେ ହାରି ନିଜ ପଦ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri