Posted inଜାତୀୟ

କଶ୍ମୀର ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ଶ୍ରୀନଗର,୯।୪:ନିକଟରେ ପାର୍ଲାମେଣ୍ଟରେ ଗୃହୀତ ହୋଇଥିବା ଓ୍ବକ୍‌ଫ ସଂଶୋଧନ ଆଇନ, ୨୦୨୫ ଉପରେ ଜମ୍ମୁ-କଶ୍ମୀର ବିଧାନସଭାରେ ଆଲୋଚନା ପାଇଁ ବାଚସ୍ପତି ଅବଦୁଲ ରହିମ ରାଠେର ଅନୁମତି ଦେଇ ନ ଥିବାରୁ ତାଙ୍କ ବିରୋଧରେ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଏବଂ ପିପୁଲ୍ସ କନ୍‌ଫରେନ୍ସ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ବାଚସ୍ପତିଙ୍କ ବହିଷ୍କାର ଦାବିକରି ପିପୁଲ୍ସ କନ୍‌ଫରେନ୍ସ ଅଧ୍ୟକ୍ଷ ତଥା ବିଧାୟକ ସାଜଦ ଗନି ଲୋନ୍‌ ଏବଂ ପିଡିପି ବିଧାୟକ ମିର୍‌ ମହମ୍ମଦ ଫୟେଜ ଓ ରଫିକ ଅହମଦ ନାଏକ ରୁଲ୍‌ ୨୧୫(ଏ) ଅନୁଯାୟୀ, ଅନାସ୍ଥା ନୋଟିସ୍‌ ଦେଇଛନ୍ତି। ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ଅନୁମତି ନ ଦେବା ସମେତ ବିଭିନ୍ନ କାର୍ଯ୍ୟକୁ ନେଇ ବାଚସ୍ପତି ଗୃହରେ ବିରୋଧର ସମ୍ମୁଖୀନ ହୋଇଥିଲେ। ବାଚସ୍ପତିଙ୍କ ଏଭଳି ବ୍ୟବହାର ଗଣତାନ୍ତ୍ରିକ ସିଦ୍ଧାନ୍ତ ଏବଂ ବିଧାନସଭା ପରିଚାଳନା ପ୍ରକ୍ରିୟାର ଅବମାନନା କରୁଥିବା ଅନାସ୍ଥା ନୋଟିସ୍‌ରେ କୁହାଯାଇଛି। ଓ୍ବକ୍‌ଫ ସଂଶୋଧନ ଆଇନକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିବାରୁ ତାହା ଅଦାଲତଙ୍କ ବିଚାରାଧୀନ ରହିଛି। ତେଣୁ ଜମ୍ମୁ-କଶ୍ମୀର ବିଧାନସଭାରେ ଏହା ଉପରେ ଆଲୋଚନା ପାଇଁ ଅନୁମତି ଦିଆଯାଇପାରିବ ନାହିଁ ବୋଲି ବାଚସ୍ପତି କହିଥିଲେ। ତାଙ୍କର ଏଭଳି ନିଷ୍ପତ୍ତିକୁ ବିରୋଧୀ ଦଳ ସମେତ ସରକାରୀ ଦଳର ସଦସ୍ୟମାନେ ମଧ୍ୟ ପ୍ରତିବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri