ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ନେଲା ନୂଆମୋଡ଼, ୧୫ ସଭ୍ୟଙ୍କୁ ଚ୍ୟାଲେଞ୍ଜ କରି…

ଗଞ୍ଜାମ/ଛତ୍ରପୁର,୧୮ା୧୦(ଦିଲ୍ଲୀପ ସାମଲ/ଅଖିଳ ତରାଇ): ଗଞ୍ଜାମ ଜିଲା ହୁମ୍ମା ପଞ୍ଚାୟତରେ ରାଜନୈତିକ ଘଟଣାକ୍ରମ ଏକ ନୂଆମୋଡ଼ ନେଇଛି। ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ଜାନକୀ ଦାସଙ୍କ ନେତୃତ୍ୱ ଏବଂ କାର୍ଯ୍ୟଶୈଳୀରେ ଅସନ୍ତୋଷ ପ୍ରକାଶ କରି ୧୫ ଜଣ ଓ୍ବାର୍ଡସଭ୍ୟ ଏକଜୁଟ୍‌ ହୋଇ ଅନାସ୍ଥା ପ୍ରସ୍ତାବ ଆଣିଥିବା ବେଳେ, ଏହାକୁ ଚ୍ୟାଲେଞ୍ଜ କରିବା ପାଇଁ ୫ ଜଣ ଓ୍ବାର୍ଡ ସଭ୍ୟ ଏବଂ ସରପଞ୍ଚ ଆଜି ଉପଜିଲାପାଳଙ୍କୁ ଭେଟିଛନ୍ତି। ସେମାନେ ନାଏବ ସରପଞ୍ଚ ମିଥୁନ ପରିଡ଼ାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି।

ଅଭିଯୋଗ ଅନୁଯାୟୀ, ନାଏବ ସରପଞ୍ଚ ମିଥୁନ ପରିଡ଼ା ଓ୍ବାର୍ଡ ସଭ୍ୟମାନଙ୍କୁ ମିଥ୍ୟା ପ୍ରଲୋଭନ ଦେଖାଇ ହୁମ୍ମା ହାଟକୁ ମତ୍ସ୍ୟ ବିଭାଗରୁ ପଞ୍ଚାୟତକୁ ଫେରାଇ ଆଣିବା କହି ଖାଲି କାଗଜରେ ଦସ୍ତଖତ ନେଇଥିଲେ। ପରେ ସେମାନଙ୍କୁ ଦାବିପତ୍ର ଦେବା କହି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଡାକି ନେଇଥିଲେ। କିନ୍ତୁ ସେଠାରେ ଜଣାପଡ଼ିଥିଲା ଯେ, ଏହା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଦରଖାସ୍ତ ଥିଲା। ଏହି ଧୋକାବାଜିରେ ଅସନ୍ତୁଷ୍ଟ ହୋଇ ୫ ଜଣ ସଭ୍ୟ ଏବଂ ସରପଞ୍ଚ ଏହାକୁ ଖାରଜ କରିବା ପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି।

ପ୍ରକାଶ ଥାଉକି, ଗତକାଲି ୧୬ ଜଣ ସଭ୍ୟଙ୍କ ମଧ୍ୟରୁ ୧୫ ଜଣ ଉପଜିଲ୍ଲାପାଳ ଶିବାଶିଷ ବରାଳଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ଦାବିପତ୍ର ପ୍ରଦାନ କରିଥିଲେ। ଆଇନାନୁସାରେ ଏହି ପ୍ରସ୍ତାବକୁ ପାରିତ କରିବା ପାଇଁ ଅନୁରୋଧ କରାଯାଇଥିଲା। ଏହି ଘଟଣା ସ୍ଥାନୀୟ ରାଜନୀତିରେ ବ୍ୟାପକ ଚର୍ଚ୍ଚାର ବିଷୟ ହୋଇପଡ଼ିଛି। ଗ୍ରାମବାସୀ ଏହି ରାଜନୈତିକ କଳହରେ ବିଭ୍ରାନ୍ତ ହୋଇପଡ଼ିଛନ୍ତି, ଯାହା ପଞ୍ଚାୟତର ବିକାଶକାର୍ଯ୍ୟକୁ ପ୍ରଭାବିତ କରିପାରେ।
ଉପଜିଲାପାଳଙ୍କ କାର୍ଯ୍ୟାନୁଷ୍ଠାନ ଏବଂ ଆଗାମୀ ବୈଠକର ଫଳାଫଳ ଉପରେ ସମସ୍ତଙ୍କ ନଜର ରହିଛି। ଏହି ମାମଲା ପଞ୍ଚାୟତରେ ଅଭ୍ୟନ୍ତରୀଣ ବିବାଦକୁ ଉଜାଗର କରିଛି, ଯାହା ରାଜ୍ୟର ଅନ୍ୟ ପଞ୍ଚାୟତ ପାଇଁ ଏକ ଚେତାବନୀ ହୋଇପାରେ। ସରପଞ୍ଚ ଜାନକୀ ଦାସ କହିଛନ୍ତି, ଏହା ଏକ ଷଡ଼ଯନ୍ତ୍ର ଏବଂ ସେ ନ୍ୟାୟ ପାଇବେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?