ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସଙ୍ଗ: ବିଜେଡିକୁ ବଡ ଝଟ୍‌କା, ହାଇକୋର୍ଟ ଦେଲେ ବଡ଼ ରାୟ…

ରାୟଗଡ଼ା,୯।୧୦(ଆଶିଷ ରଞ୍ଜନ ପଣ୍ଡା): ନୂଆପଡ଼ା ବିଧାୟକଙ୍କ ମୃତ୍ୟୁ ପରେ ନଭେମ୍ବର ୧୧ ତାରିଖରେ ଉପନିର୍ବାଚନରେ ବିଜେଡି ଦଳ ପାଇଁ ଏହା ଏସିଡ ଟେଷ୍ଟ ହୋଇଥିବା ବେଳେ ବିଜେଡିକୁ ଆଉ ଏକ ଝଟ୍‌କା ଲାଗିଛି । ଯାହା ନୂଆପଡ଼ା ନିର୍ବାଚନ ଉପରେ ପ୍ରଭାବ ପକାଇପାରେ ବୋଲି ରାଜନୈତିକ ସମୀକ୍ଷକମାନେ ମତପ୍ରକାଶ କରିଛନ୍ତି । ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟିଂ ପରେ ହାଇକୋର୍ଟ ଗଣତି ପାଇଁ ଯେଉଁ ରହିତାଦେଶ ଜାରି କରିଥିଲେ। ସେନେଇ ବୁଧବାର ହାଇକୋର୍ଟରେ ଶୁଣାଣି ହୋଇଛି।
ଉକ୍ତ ଶୁଣାଣିରେ ହାଇକୋର୍ଟ ବିଚାରପତି ଗଣତି କରିବା ନେଇ ରାୟ ଦେଇଥିବା କିଛି କାଉନସିଲର ସୂଚନା ଦେଇଛନ୍ତି। ତେବେ ଏନେଇ ନିର୍ବାଚନ ଅଧିକାରୀ ତଥା ରାୟଗଡ଼ା ଉପଜିଲାପାଳ ରମେଶ ଚନ୍ଦ୍ର ଜେନାଙ୍କୁ ପଚାରିବାରୁ ବର୍ତ୍ତମାନ ସୁଦ୍ଧା ହାଇକୋର୍ଟରୁ କୌଣସି ନିର୍ଦ୍ଦେଶ ଆସିନାହିଁ ବୋଲି କହିଛନ୍ତି । ଅନ୍ୟପଟେ ଏନେଇ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କୁ ପଚାରିବାରୁ ତାଙ୍କ ନିକଟରେ ଏନେଇ କୌଣସି ସୂଚନା ନାହିଁ ଏବଂ ଶୁଣାଣି ତାରିଖ ପରିବର୍ତନ ହୋଇଛି ବୋଲି କହିଛନ୍ତି ।
ପ୍ରକାଶ ଥାଉକି, ରାଜ୍ୟ ସଭା ପୂର୍ବତନ ଏମ୍‌ପି ଏନ୍‌.ଭାସ୍କର ରାଓ, ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା, ଜିଲା ପରିଷଦ ପୂର୍ବତନ ଅଧ୍ୟକ୍ଷ ଗଙ୍ଗାଧର ପୁଆଲାଙ୍କ ସମେତ ବ୍ଲକ ଅଧ୍ୟକ୍ଷ, ଅଧ୍ୟକ୍ଷା, ରାୟଗଡ଼ା ପୌର ପରିଷଦର ୧୯ଜଣ କାଉନସିଲର ଏକକାଳିନ ଦଳ ଛାଡ଼ିଛନ୍ତି। ଏହାପରେ ରାୟଗଡ଼ା ପୌର ପରିଷଦର ୨୪ଜଣ କାଉନସିଲରଙ୍କ ମଧ୍ୟରୁ ବିଜେଡିର ୧୯ଜଣ କାଉନସିଲର କାର୍ଯ୍ୟରେ ଅସହଯୋଗ ଓ ମନମୁଖୀ କାର୍ଯ୍ୟକଳାପ ନେଇ ପୌର ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ । ଏନେଇ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ଦେଇଥିଲେ। ଏହାପରେ ବିଧିବଦ୍ଧ ଭାବେ ପ୍ରକ୍ରିୟା କରାଯାଇ ଅକ୍ଟୋବର ୯ ତାରିଖରେ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ ହୋଇଥିଲା। ଏଥିରେ ବିଜେଡିର ୨୦ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟିଂ କରିଥିବା ନେଇ ଚର୍ଚ୍ଚା ହୋଇଥିଲା । ତେବେ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ଦ୍ୱାରା ହାଇକୋର୍ଟରେ ଅନାସ୍ଥା ବିରୋଧରେ ହୋଇଥିବା ଆବେଦନ ପ୍ରକାରେ ଉକ୍ତ ଦିନ ହାଇକୋର୍ଟ ବିଚାରପତି ଗଣତି ଉପରେ ରହିତାଦେଶ ଜାରି କରିଥିଲେ।
ତେବେ ପରବର୍ତ୍ତୀ ତାରିଖ ଅକ୍ଟୋବର ୧୫ ରହିଥିଲେ ହେଁ ପୁଣି ଥରେ ତାରିଖ ପରିବର୍ତ୍ତନ ହୋଇ ବୁଧବାର ରହିଥିଲା। ବୁଧବାର ହାଇକୋର୍ଟ ବିଚାରପତି ଏହାର ଶୁଣାଣି କରି ଗଣତି ହୋଇପାରିବ ଏବଂ ନୋଟିଫିକେସନ ଜାରି କରାଯାଇପାରିବ ନାହିଁ ବୋଲି ରାୟ ଦେଇଥିବା ସରକାରୀ ଆଇନଜୀବୀ ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି । ଏଥି ସହିତ ପରବର୍ତ୍ତୀ ଶୁଣାଣି ନଭେମ୍ବର ୧୦ତାରିଖରେ ହେବ ବୋଲି ସରକାରୀ ଆଇନଜୀବୀ ସାହୁ କହିଛନ୍ତି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିକୁ ଏଣ୍ଟ୍ରିକୁ ନେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri